Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ଭାଜପାର “ବିଜୟ ସଂକଳ୍ପ ସମାବେଶ”: ଯୋଗ ଦେଲେ ଯୋଗୀ ଆଦିତ୍ୟନାଥ
ଆଜିର ଖବର

ବାଣପୁରରେ ଭାଜପାର “ବିଜୟ ସଂକଳ୍ପ ସମାବେଶ”: ଯୋଗ ଦେଲେ ଯୋଗୀ ଆଦିତ୍ୟନାଥ

May 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପୁରୀ ଲୋକସଭା କ୍ଷେତ୍ରର ଚ଼ିଲିକା ବିଧାନସଭା ସ୍ଥିତ ବାଣପୁର ଐତିହାସିକ ପଲଟଣ ପଡ଼ିଆରେ ଭାରତୀୟ ଜନତା ପାର୍ଟିର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଥିଲା। ଏହି ସମାବେଶରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା କ୍ଷେତ୍ରର ଭାଜପା ସାଂସଦ ପ୍ରାର୍ଥୀ ଡ଼ାଃ ସମ୍ବିତ ପାତ୍ର, ଛତିଶଗଡ଼ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲ, ଚ଼ିଲିକାର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ, ପୁରୀ ଲୋକସଭା ସଂଯୋଜକ ଶଙ୍କର୍ଷଣ ପରିଡ଼ା, ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ପ୍ରଭାରୀ ବିକାଶ ଚ଼ନ୍ଦ୍ର ପଟ୍ଟନାୟକ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ ଓ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା ଅତିଥି ଭାବେ ଯୋଗ ଦେଇଥିଲେ।

ମୁଖ୍ୟଅତିଥି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଥମେ ଜୟ ଜଗନ୍ନାଥ, ଜୟ ଶ୍ରୀ ରାମ ଓ‌‌ ଜୟ ମା’ ଭଗବତୀଙ୍କ ଧ୍ଵନିରୁ ଉଦବୋଧନ ଆରମ୍ଭ କରି ମୋଦି ସରକାରଙ୍କ ଜନହିତକାରୀ ଯୋଜନା, ବନ୍ଦେ ଭାରତ ଏକ୍ସପ୍ରେସ, ହର ଘର ନଳ ଯୋଜନା, ମୋଦି ଗ୍ୟାରେଣ୍ଟି ଉପରେ ବିସ୍ତୃତ ଆଲୋଚ଼ନା କରିବା ସହ ବିଜେଡ଼ି ସରକାରର ଅପରାଗତା ଉପରେ କହିଥିଲେ।

ତତସହିତ କେନ୍ଦ୍ରରେ ୪୦୦ ରୁ ଉର୍ଦ୍ଧ୍ବ ସାଂସଦ ସିଟ୍ ଜିତି ପୁନଶ୍ଚ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ସହ ଓଡ଼ିଶାରେ ବିଜେପି ସରକାର ହେବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଥଲେ। ବିକଶିତ ଚ଼ିଲିକା ଓ ପୁରୀ ଗଠନ ନିମନ୍ତେ ଭାଜପା ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ ଓ ଡ଼ାଃ ସମ୍ବିତ ପାତ୍ର ଙ୍କୁ ବିପୁଳ ମାତ୍ରାରେ ଭୋଟ ଦେଇ ବିଜୟୀ କରାଇବା ପାଇଁ ଜନସାଧାରଣଙ୍କୁ‌‌ ନିବେଦନ କରିଥିଲେ।

ଭାଜପା ସାଂସଦ ପ୍ରାର୍ଥୀ ଡ଼ାଃ ସମ୍ବିତ ପାତ୍ର ପୁରୀ ଲୋକସଭା କ୍ଷେତ୍ରର ସାମଗ୍ରିକ ଓ ଅର୍ଥନୈତିକ ବିକାଶ ପାଇଁ ମୁଁ ସଂକଳ୍ପ ନେଇଛି ବୋଲି କହିବା ସହ ଚ଼ିଲିକାକୁ କେନ୍ଦ୍ର ସହିତ ସିଧାସଳଖ ଯୋଡ଼ି ଡ଼ବଲ ଇଞ୍ଜିନର ପ୍ରଗତିଶୀଳ ସରକାର ଗଠନ କରିବା ପାଇଁ ଆହ୍ବାନ ଦେଇଥିଲେ।

ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ ଦାଦନ ସମସ୍ୟାର ମୂଳୋତ୍ପାଟନ କରି ପ୍ରତି କ୍ଷେତକୁ ପାଣି ଓ ପ୍ରତି ହାତକୁ କାମର ସଂକଳ୍ପ ନେଇଛି କହିବା ସହ ଏହି ଚ଼ିଲିକାର ପୁନରୁଦ୍ଧାର, ଇଣ୍ଡଷ୍ଟ୍ରିଆଲ ହବ, ଇକୋ ଟୁରିଜିମ୍ ଓ ଶିକ୍ଷାର ଉନ୍ନତି, ଆନୁଷଙ୍ଗିକ ଶୀତଳ ଭଣ୍ଡାର ପ୍ରତିଷ୍ଠା ଆଦି କରିବା, ମତ୍ସ୍ୟ ବ୍ୟବସାୟ ଓ ପର୍ଯ୍ୟଟନ ଶିଳ୍ପର ବିକାଶ ଆଦି କରିବା ସହ ସଶକ୍ତ, ସୁଦୃଢ଼ ଓ ସମୃଦ୍ଧଶାଳୀ ଚିଲିକା ଗଠନ କରିବାର ପ୍ରତିଶ୍ରୁତି ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ କାମନା କରିଥିଲେ।

ଛତିଶଗଡ଼ର କ୍ୟାବିନେଟ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲ, ଚ଼ିଲିକାର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ ଓ ଅନ୍ୟ ନେତୃତ୍ବ ମାନେ ଉଦବୋଧନ ଦେବା ସହ ଉଭୟ ପ୍ରାର୍ଥୀଙ୍କୁ ବିଜୟୀ କରାଇବା‌ ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ବିଶାଳ ଜନସଭାରେ ୧୫ ହଜାର ରୁ ଉର୍ଦ୍ଧ୍ବ ଜନତା ଯୋଗ ଦେଇଥିଲେ।

BJP election 2024 Lok Sabha Election yogi adityanath ଚିଲିକା ପୁରୀ ବାଣପୁର ଯୋଗୀ ଆଦିତ୍ୟନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.