Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଏଥର ମଧ୍ୟ ବାଜି ମାରିଲେ ଛାତ୍ରୀ
ଆଜିର ଖବର

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଏଥର ମଧ୍ୟ ବାଜି ମାରିଲେ ଛାତ୍ରୀ

May 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
10th-exam

ଭୁବନେଶ୍ଵର: ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଏଥର ମଧ୍ୟ ଛାତ୍ରୀମାନେ ବାଜି ମାରିଛନ୍ତି। ଏଥର ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ୍‌, ମୋବାଇଲ ଏସ୍‌ଏମ୍‌ଏସ୍‌ ସହ ପ୍ରଥମଥର ପାଇଁ ହ୍ବାଟ୍‌ସଆପ୍‌ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୪୫୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୪୨୦ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ମୋଟ୍‌ ପାସ୍‌ ହାର ୫୯.୮୮% ରହିଛି। ମଧ୍ୟମାରେ ୩୨୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ପାସ୍‌ କରିଛନ୍ତି ୩୧୯୧ ଜଣ। ପାସ୍‌ ହାର ୯୮.୧୨% ରହିଛି।

ତେବେ ଆସନ୍ତା ୨୯ ତାରିଖରୁ ରିଚେକିଂ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମଇ ୨୯ ତାରିଖରୁ ଜୁନ ୧୨ ଯାଏଁ ଛାତ୍ରଛାତ୍ରୀମାନେ ରିଚେକିଂ ପାଇଁ ଆବେଦନ କରିପାରିବେ। ଏହି ଆବେଦନ ଅନଲାଇନରେ କରାଯିବ। ସେହିଭଳି ଜୁନ ୧୦ ତାରିଖରୁ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ପଞ୍ଜୀକରଣ କରାଯିବ। ଏନେଇ ବୋର୍ଡ ଉପ-ସଭାପତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚଳିତବର୍ଷ ୫,୪୧,୦୬୧ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୩୦,୧୫୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।

matric result
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026
Latest News

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.