Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା: ପୁଣିଥରେ ଛାତ୍ରୀମାନଙ୍କ ବାଜିମାତ୍
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା: ପୁଣିଥରେ ଛାତ୍ରୀମାନଙ୍କ ବାଜିମାତ୍

May 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ। ଏଥର ଯୁକ୍ତ ୨ର ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଏକାସାଙ୍ଗରେ ପ୍ରକାଶ ପାଇଛି। ଏନେଇ ସିଏଚଏସଇ ଅଧ୍ୟକ୍ଷ ଅଶ୍ଵିନୀ ମିଶ୍ର ସୂଚନା ଦେଇଛନ୍ତି।

ବିଜ୍ଞାନରେ ୮୬.୯୩ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବାଣିଜ୍ୟରେ ୮୨.୨୭ ପ୍ରତିଶତ, କଳାରେ ୮୦.୯୫ ପ୍ରତିଶତ, ଧନ୍ଦାମୂଳକ ଶିକ୍ଷାରେ ୬୮.୦୨ ପ୍ରତିଶତ ଛାତ୍ରଛାତ୍ରୀ ପାସ ହୋଇଛନ୍ତି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ କରିଛନ୍ତି। ତେବେ ଚଳିତ ବର୍ଷ ମଧ୍ୟ ଛାତ୍ରମାନଙ୍କ ଅପେକ୍ଷା ଛାତ୍ରୀମାନେ ଭଲ ପ୍ରଦର୍ଶନ କରିଛନ୍ତି।

ବିଜ୍ଞାନରେ ମୋଟ ୬୦ ହଜାର ୯୭୩ ଜଣ ପୁଅ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୨ ହଜାର ୫୬୭ ଜଣ ଛାତ୍ର ପାସ ହୋଇଛନ୍ତି। ପୁଅଙ୍କ ପାସ ହାର ୮୬.୨୧ ପ୍ରତିଶତ ରହିଛି। ୫୪ ହଜାର ୯୨୨ ଜଣ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮ ହଜାର ୧୯୦ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯାହାର ପାସ ହାର ୮୭.୭୪ ପ୍ରତିଶତ ଅଟେ।

କଳାରେ ମୋଟ ୨ ଲକ୍ଷ ୩୫ ହଜାର ୨୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୯୦ ହଜାର ୪୨୯ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ମୋଟ ୧ ଲକ୍ଷ ୦୪ ହଜାର ୪୪୭ ଜଣ ପୁଅ ପରୀକ୍ଷା ଦେଇଥିବା ବେଳେ ୭୫ ହଜାର ୯୧୩ ଜଣ ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି।  ପୁଅଙ୍କ ପାସ ହାର ୭୨.୬୮ ରହିଛି। ସେହିଭଳି ୧ ଲକ୍ଷ ୩୦ ହଜାର ୭୭୧ ଜଣ ଛାତ୍ରୀଙ୍କ ମଧ୍ୟରୁ ୧ ଲକ୍ଷ ୧୪ ହଜାର ୫୧୬ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହାର ପାସ ହାର ୮୭.୫୬ ପ୍ରତିଶତ ରହିଛି।

ତେବେ ଛାତ୍ରଛାତ୍ରୀମାନେ www.orissaresults.nic.in ପରିଦର୍ଶନ କରି ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

chse RESULTS science କଳା ବାଣିଜ୍ୟ ବିଜ୍ଞାନ ଯୁକ୍ତ ୨ ପରୀକ୍ଷା ଫଳ ସିଏଚଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026
Latest News

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.