Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ବେକେରୀ ଖାଦ୍ୟ ପ୍ରସ୍ତୁତି ପ୍ରଶିକ୍ଷଣ
ଆଜିର ଖବର

ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ବେକେରୀ ଖାଦ୍ୟ ପ୍ରସ୍ତୁତି ପ୍ରଶିକ୍ଷଣ

May 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହିଳାମାନଙ୍କୁ ବେକେରୀ ଓ କନ୍‌ଫେକ୍ସନାରୀ ଖାଦ୍ୟ ପ୍ରସ୍ତୁତି ପ୍ରଣାଳୀ ବିଷୟରେ ପ୍ରଶିକ୍ଷଣ ଦେବା ନିମନ୍ତେ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ସୋମବାର ‘ୱି କ୍ୟାନ୍ ବେକ୍‌୍‌’ ଶୀର୍ଷକ ଏକ ୬-ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

ଗତ ବର୍ଷ ଖାଦ୍ୟ ରନ୍ଧନ ପ୍ରଣାଳୀ ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ୱି କ୍ୟାନ୍ କୁକ୍‌” ଆୟୋଜିତ ହୋଇଥିବା ବେଳେ ଚଳିତ ମାସ ମେ ୧୩ ତାରିଖରେ ‘ୱି କ୍ୟାନ୍ ବେକ୍‌୍‌’ର ପ୍ରଥମ ସଂସ୍କରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ତେବେ ସୋମବାର ଠାରୁ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ଆରମ୍ଭ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଫ୍ରୁଟ୍ କେକ୍‌, ମିଲେଟ୍ କୁକିଜ୍‌, ଚକୋଲେଟ୍ ପେଷ୍ଟ୍ରି, ଡାନିସ୍ ପେଷ୍ଟ୍ରି, ଆସୋର୍ଟେଡ ପଫ୍‌, ପାଟିସ୍‌, ପାଇନାପଲ୍ ପେଷ୍ଟ୍ରି, ଚକୋ ଚିପ୍‌ସ କୁକିଜ୍‌୍‌, ଆସୋର୍ଟେଡ୍ ପିଜା, ବ୍ରେଡ୍ ଷ୍ଟିକ୍ସ, ରୋଲ୍ ଓ କ୍ରିମ୍ କାରାମେଲ୍ ପ୍ରଭୃତିର ପ୍ରସ୍ତୃତି ପ୍ରଣାଳୀ ଶିକ୍ଷା ଦିଆଯିବ।
ପ୍ରଥମ ପର୍ଯ୍ୟାୟରେ ୩୫ ଜଣ ଶୀକ୍ଷାର୍ଥୀ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଜଣ ମହିଳା ପ୍ରଶିକ୍ଷଣ ନିମନ୍ତେ ସାମିଲ ହୋଇଛନ୍ତି।

ସୋମବାର ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅବସରରେ ଓବରଏ ଗ୍ରୁପ୍ ଅଫ୍ ହୋଟେଲ୍‌ସର ହ୍ୟୁମ୍ୟାନ୍ ରିସୋର୍ସେସ୍ ଆଣ୍ଡ ଟ୍ରେନିଂର ପୂର୍ବତନ ଉପସଭାପତି ଯଶୋବନ୍ତ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସହ ପ୍ରଶିକ୍ଷକଙ୍କ ଠାରୁ ବିଭିନ୍ନ ପ୍ରକାରର ବେକେରୀ ପ୍ରସ୍ତୁତି ପ୍ରଣାଳୀ ଶିଖିବା ଦ୍ୱାରା ନିଜେ ଭଲ ଉଦ୍ୟୋଗୀ ହୋଇପାରିବେ ବୋଲି କହିଥିଲେ।

ମହିଳାମାନେ କିଭଳି ରୁଚିକର ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତ କରିପାରିବେ ଓ ନିଜେ ସ୍ୱାବଲମ୍ବୀ ହେବା ସହ ଆତ୍ମନିର୍ଭରଶୀଳ ହୋଇପାରିବେ ସେ ନେଇ ଶ୍ରୀ ପାଢ଼ୀ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ। ଏଭଳି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପ୍ରତିବର୍ଷ କରିବା ସହ ପ୍ରତିଯୋଗୀମାନେ ଏହାକୁ ବୃତି ଭାବେ ଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରୋତ୍ସାହନ ଦେବା ଉଚିତ୍ ବୋଲି ସେ କହିଥିଲେ।

ଏହି ଅବସରରେ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଂଜନ ଚଇନି ସ୍ୱାଗତ ଭାଷଣ ଦେବା ଅବସରରେ ମହିଳାମାନଙ୍କୁ ସଶକ୍ତ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ। ‘ୱି କ୍ୟାନ୍ କୁକ୍‌’ର ଦ୍ୱିତୀୟ ଓ ‘ୱି କ୍ୟାନ ବେକ୍‌’ର ତୃତୀୟ ସଂସ୍କରଣର ମଧ୍ୟ ଆୟୋଜନ କରିବା ନିମନ୍ତେ ଯୋଜନା ରହିଛି ବୋଲି ପ୍ରଫେସର ଚଇନି ଏହି ଅବସରରେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମ ଶେଷରେ ଏସ୍‌ଏଚ୍‌ଏମ୍‌ର ଆସିଷ୍ଟାଂଟ ପ୍ରଫେସର ସଂଘମିତ୍ରା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

ଏସ୍‌ଏଚ୍‌ଏମ୍‌ ୱି କ୍ୟାନ୍ କୁକ୍‌ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.