Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ
ଆଜିର ଖବର

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ

May 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

 ଭୁବନେଶ୍ଵର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆରଏମଏସ  ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ପୂର୍ବତନ ଛାତ୍ର ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ୧୯୮୮ ବ୍ୟାଚ୍ ଅଧିକାରୀ ଅଟନ୍ତି। ଦୀର୍ଘ ଦଶନ୍ଧିର ଉଲ୍ଲେଖନୀୟ କ୍ୟାରିୟର ସହ ସେ ଡିଆରଏମ/ରାଜକୋଟ, ଏଡିଆରଏମ/ଅହମ୍ମଦାବାଦ, ଅଧ୍ୟକ୍ଷ/ଆରଆରବି ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ/ଆରଡିଏସଓ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇଛନ୍ତି। ପୂର୍ବତଟ ରେଳପଥରେ ନିଯୁକ୍ତି ପାଇବା ପୂର୍ବରୁ ସେ ପଶ୍ଚିମ ରେଳବାଇ, ମୁମ୍ବାଇରେ ପ୍ରିନ୍ସିପାଲ୍ ଚିଫ୍ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ।

ଆରଡିଏସଓରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବେଗ ବୃଦ୍ଧି କରିବା ପାଇଁ ଟ୍ରାକ୍ ଏବଂ ବ୍ରିଜ୍ କ୍ଷେତ୍ରରେ ଅଭିନବ ଜ୍ଞାନକୌଶଳ ପ୍ରଚଳନ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରେଲୱେ ଇଞ୍ଜିନିୟରିଂ ବ୍ୟତୀତ ମାନବ ସମ୍ବଳ କାର୍ଯ୍ୟ, ଗବେଷଣା ଏବଂ ଡିଜାଇନ୍ ଏବଂ ସାଧାରଣ ପ୍ରଶାସନରେ ତାଙ୍କର ବିପୁଳ ଅଭିଜ୍ଞତା ରହିଛି। ଟ୍ରାକ୍, ବ୍ରିଜ୍ ଏବଂ ପରିବେଶ ଇଞ୍ଜିନିୟରିଂ ଉପରେ ସେ ଅନେକ ଗବେଷଣା ପତ୍ର ଅନ୍ତର୍ଜାତୀୟ ପତ୍ରିକାରେ ପ୍ରକାଶ କରିଛନ୍ତି। ବେଜିଂ (ଚାଇନା), କାଲଗରୀ (କାନାଡା) ଏବଂ ନୂଆଦିଲ୍ଲୀରେ ଅନୁଷ୍ଠିତ ଇଣ୍ଟରନ୍ୟାସନାଲ ହେଭି ହଲ୍ ଆସୋସିଏସନ୍ (ଆଇଏଚ୍ଏଚ୍ଏ) ସମ୍ମିଳନୀରେ ସେ ରିସର୍ଚ୍ଚ ପେପର ଉପସ୍ଥାପନ କରିଥିଲେ। ସେ ସ୍ୱିଡେନ, ଡେନମାର୍କ, ଫ୍ରାନ୍ସ, ଜର୍ମାନୀ, ଚୀନ, କାନାଡା, ମାଲେସିଆ, ସିଙ୍ଗାପୁର ଏବଂ ଇଟାଲୀ ଗସ୍ତ କରି ବିଭିନ୍ନ ପ୍ରଶିକ୍ଷଣ ଏବଂ ଅଧ୍ୟୟନ କାର୍ଯ୍ୟ କରିଛନ୍ତି। ଶ୍ରୀ ଫୁଙ୍କୱାଲଙ୍କର ସାହିତ୍ୟ ପ୍ରତି ଗଭୀର ଆଗ୍ରହ ରହିଛି ଏବଂ ତାଙ୍କର କିଛି କବିତା ସମକାଳୀନ ହିନ୍ଦୀ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଛି।

ପରମେଶ୍ୱର ଫୁଙ୍କୱାଲ ପୂର୍ବତଟ ରେଳପଥ ମହାପ୍ରବନ୍ଧକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025
Latest News

ପୁରୀ ହୋଟେଲ ବୁକିଂ ଜାଲିଆତି ଘଟଣା: ରାଜସ୍ଥାନର ଦୁଇ ଅପରାଧୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

July 22, 2025

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.