Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ବାଣ ଦୁର୍ଘଟଣା ମାମଲା: ଅନୁକମ୍ପାମୂଳକ ସହାୟତା ଘୋଷଣା, ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପୁରୀ ବାଣ ଦୁର୍ଘଟଣା ମାମଲା: ଅନୁକମ୍ପାମୂଳକ ସହାୟତା ଘୋଷଣା, ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

May 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ ଅଲ୍ଟିମେଟ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ।

ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଗତକାଲି ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ ଯେ ଏହି ବାଣ ଦୁର୍ଘଟଣାରେ ୩ ଜଣ ମୃତ୍ୟୁ ବରଣ କରିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।

naveen pattanaik sum ultimate
Share. Facebook Twitter LinkedIn Email WhatsApp Copy Link

Related Posts

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026
Latest News

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.