Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋଟଗଣନା ନିମନ୍ତେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଆଲୋଚନା
ଆଜିର ଖବର

ଭୋଟଗଣନା ନିମନ୍ତେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଆଲୋଚନା

June 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତା ୪ ତାରିଖରେ ଭୋଟ ଗଣନା ହେବ। ଖୋରଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ଓ ଜଟଣୀ ବିଧାନସଭା କ୍ଷେତ୍ର ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭୋଟ ଗଣତି ହେବ। ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭୋଟ ଗଣତି ପ୍ରକ୍ରିୟା ଓ ଏ ସଂକ୍ରାନ୍ତୀୟ ସମସ୍ତ ନୀତି ନୀୟମ, ବିଭିନ୍ନ ପ୍ରାର୍ଥୀ ମାନଙ୍କ ପ୍ରତିନିଧି ନିଯୁକ୍ତି ଏବଂ ଗଣନା କାର୍ଯ୍ୟରେ ସହଯୋଗ ଲୋଡି ଏକ ବୈଠକ ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏଥିରେ ସମ୍ପୃକ୍ତ ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣି ଅଧିକାରୀ ଭାବେ ଖୋରଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି, ଭୁବନେଶ୍ୱର ଉପ ଜିଲ୍ଲାପାଳ ମହେନ୍ଦ୍ର ପଣ୍ଡା, ଅତିରିକ୍ତ ଉପ-ଜିଲ୍ଲାପାଳନୀତିଶ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ଆସନ୍ତା ୪ ତାରିଖରେ ସକାଳ ୮ ଘଟିକାରୁ ଗଣନା କାର୍ଯ୍ୟ ଆରମ୍ଭ କରାଯିବ। ପ୍ରାରମ୍ଭିକ ଭାବେ ପୋଷ୍ଟାଲ ବାଲଟ ଗଣନା ପ୍ରକ୍ରିୟା ଆରମ୍ଭ ହେବ। ଏଥିସହ ଇଭିଏମ ମାଧ୍ୟମରେ ନିଆଯାଇଥିବା ଭୋଟର ମଧ୍ୟ ଗଣନା ହେବ। ଏଥିନିମନ୍ତେ ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ବିଧାନସଭା କ୍ଷେତ୍ର ନିମନ୍ତେ ପ୍ରତ୍ୟେକ ୧୨ଟି କାଉଣ୍ଟିଂ ଟେବଲ ଓ ଜଟଣୀ ବିଧାନସଭା କ୍ଷେତ୍ର ନିମନ୍ତେ ୧୪ଟି କାଉଣ୍ଟିଂ ଟେବଲ ବ୍ୟବସ୍ଥା କରାଯାଇଛି। ସେହିଭଳି ସମ୍ପୃକ୍ତ ଲୋକସଭା କ୍ଷେତ୍ରର ଇଭିଇମ ଭୋଟ ଗଣନା ନିମନ୍ତେ ୧୪ଟି ଟେବଲ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଟେବଲ ନିମନ୍ତେ ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ, କାଉଣ୍ଟିଂ ସୁପରଭାଇଜର, ମାଇକ୍ରୋ ଅବଜରଭର ଏବଂ ଇଭିଇମ ନେବା ଆଣିବାରେ ସହଯୋଗ କରିବା ପାଇଁ ଜଣେ ସହାୟକ ନିଯୁକ୍ତ ରହିବେ।

ଏଥିସହ ଗଣନା କାର୍ଯ୍ୟରେ ନିୟୋଜିତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଆବଶ୍ୟକୀୟ ତାଲିମ ପ୍ରଦାନ କରାଯାଇଛି। ଏଥିନିମନ୍ତେ ତ୍ରିସ୍ତରୀୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂର୍ବଭଳି ପ୍ରାର୍ଥୀ ମାନେ ସମସ୍ତ ସହଯୋଗ ଯାରି ରଖିବେ ବୋଲି ଅଧିକାରୀ ମାନେ ଆଶାବ୍ୟକ୍ତ କରିଥିଲେ। ଏହି ଅବସରରେ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀ ମାନଙ୍କ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

ରାଜନୈତିକ ଦଳ ସାଧାରଣ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026
Latest News

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.