Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାମୁଦ୍ରିକ ଝଡ଼ ‘ରେମାଲ’ର ପ୍ରଭାବ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ସାମୁଦ୍ରିକ ଝଡ଼ ‘ରେମାଲ’ର ପ୍ରଭାବ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

June 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ବାତ୍ୟା ‘ରେମାଲ’ର ପ୍ରଭାବର ସମୀକ୍ଷା କରିଛନ୍ତି।

ଏହି ବୈଠକରେ ପ୍ରଭାବିତ ରାଜ୍ୟଗୁଡ଼ିକ ଉପରେ ବାତ୍ୟାର ପ୍ରଭାବ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ମିଜୋରାମ, ଆସାମ, ମଣିପୁର, ମେଘାଳୟ ଓ ତ୍ରିପୁରାରେ ଭୂସ୍ଖଳନ ଓ ବନ୍ୟା ଯୋଗୁଁ ଜୀବନ ହାନି ଓ ଘର ଏବଂ ସମ୍ପତ୍ତି କ୍ଷୟକ୍ଷତି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆବଶ୍ୟକତା ଅନୁଯାୟୀ ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ଏହି ଟିମ୍ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର, ଏୟାରଲିଫ୍ଟିଂ ଏବଂ ସଡ଼କ ସଫା କରିବା କାର୍ଯ୍ୟ ଚଳାଇଛନ୍ତି। ବୈଠକରେ ଗୃହ ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କ ସହ ନିୟମିତ ଯୋଗାଯୋଗରେ ରହିଛି ବୋଲି ଉଲ୍ଲେଖ କରାଯାଇଥିଲା।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ସରକାର ବାତ୍ୟା ଦ୍ୱାରା ପ୍ରଭାବିତ ରାଜ୍ୟକୁ ସମ୍ପୂର୍ଣ୍ଣ ସହାୟତା ଜାରି ରଖିବେ। ପୁନରୁଦ୍ଧାର ପାଇଁ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ଗୃହ ମନ୍ତ୍ରଣାଳୟକୁ ପରିସ୍ଥିତି ଉପରେ ନଜର ରଖିବା ଏବଂ ମାମଲାର ନିୟମିତ ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ୍ ସଚିବ, ଗୃହ ସଚିବ, ଭୂବିଜ୍ଞାନ ମନ୍ତ୍ରଣାଳୟର ସଚିବ, ଏନଡିଆରଏଫ ଡିଜି ଏବଂ ଏନଡିଏମଏର ସଦସ୍ୟ ସଚିବଙ୍କ ସମେତ ପିଏମଓ ଏବଂ ସମ୍ପୃକ୍ତ ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

narendra modi ସାମୁଦ୍ରିକ ଝଡ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.