ସମ୍ବଲପୁର ସମେତ ଓଡ଼ିଶାବାସୀଙ୍କୁ ‘ଶୀତଳଷଷ୍ଠୀ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

Published: Jun 11, 2024, 7:14 am IST

ଭୁବନେଶ୍ୱର: ସମ୍ବଲପୁର ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏକ ଭିଡିଓ ଜାରି କରି ସମ୍ବଲପୁରୀ ଭାଷାରେ “ଶୀତଳଷଷ୍ଠୀ”ର ଶୁଭେଚ୍ଛା ଜଣାଇଛନ୍ତି। ଶୀତଳଷଷ୍ଠୀ ହେଉଛି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଐତିହ୍ୟର ଭବ୍ୟ ସ୍ୱରୂପ।

ଦେବଦମ୍ପତି ପ୍ରଭୁ ଶିବ ଆଉ ମାଆ ପାର୍ବତୀଙ୍କର ବିବାହ ଲୋକ-ପରମ୍ପରା ଅନୁସାରେ କରିବା ପରେ ଭଗବାନଙ୍କ ଆଶୀର୍ବାଦ ନେବାର ମହାନ ପର୍ବ ହେଉଛି ଶୀତଳଷଷ୍ଠୀ। ଏହି ପର୍ବ ଲୋକସଂସ୍କୃତି ଓ ଭାଇଚାରାକୁ ବ୍ୟାପକ କରିବାର ପର୍ବ।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି, ଶୀତଳଷଷ୍ଠୀ ହେଉଛି, ବର୍ଷା ପାଇଁ ଭଗବାନଙ୍କ ପାଖରେ ଆଶୀର୍ବାଦ ଭିକ୍ଷା କରିବାର ପବିତ୍ର ଅବସର। ଶୀତଳଷଷ୍ଠୀ ବେଳେ ସମସ୍ତେ ମିଳିମିଶି ଆମ ସମାଜରେ ଭାଇଚାରା ବଢାଇବା ଏବଂ ଭଲ ବର୍ଷା ପାଇଁ ଦେବଦମ୍ପତି ପ୍ରଭୁ ଶିବ ଓ ମାତା ପାର୍ବତୀଙ୍କ ନିକଟରେ ଗୁହାରି କରିବା। ଭଗବାନ ଶିବ ଏବଂ ମା’ ପାର୍ବତୀଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ପ୍ରଗତି ଆଣିଦେବା ନେଇ କେନ୍ଦ୍ରମନ୍ତ୍ରୀ କାମନା କରିଛନ୍ତି।

ଏହାବ୍ୟତିତ ସେ କହିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ମୋଦୀ ସରକାରର ତୃତୀୟ ପାଳିର ପ୍ରଥମ କ୍ୟାବିନେଟ୍ ଅନୁଷ୍ଠିତ ଦେଉଛି। ମହାପ୍ରଭୁ ଓ ମାଆ ସମଲେଇଙ୍କ ଆଶୀର୍ବାଦରୁ ପ୍ରଧାନମନ୍ତ୍ରୀ ମୋତେ କ୍ୟାବିନେଟରେ ସ୍ଥାନ ଦେଇଛନ୍ତି । ପ୍ରଥମ କ୍ୟାବିନେଟ୍ ଅନୁଷ୍ଠିତ ହେଉଥିବା ଯୋଗୁଁ ସମ୍ବଲପୁରର ଶୀତଳଷଷ୍ଠୀ ଯାତ୍ରାରେ ସାମିଲ ହୋଇପାରୁନାହିଁ। ଏଥିପାଇଁ ସମ୍ବଲପୁରବାସୀଙ୍କ ପାଖରେ କେନ୍ଦ୍ରମନ୍ତ୍ରୀ କ୍ଷମା ପ୍ରାର୍ଥନା କରିଛନ୍ତି।

Related posts