Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ନିବାସରେ ପହଞ୍ଚିଲେ ମୋହନ ମାଝୀ: ଜାଣନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ କ’ଣ ହେଲା ଆଲୋଚନା?
ଆଜିର ଖବର

ନବୀନ ନିବାସରେ ପହଞ୍ଚିଲେ ମୋହନ ମାଝୀ: ଜାଣନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ କ’ଣ ହେଲା ଆଲୋଚନା?

June 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଓଡିଶାରେ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅପରାହ୍ନ ୪.୪୫ ମିନିଟରେ ଅନୁଷ୍ଠିତ ହେବ। ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ସମେତ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଶପଥ ଗ୍ରହଣ କରିବେ। ଏତଦବ୍ୟତୀତ ଏମାନଙ୍କ ସହ ୧୮ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡିଛି।

ତେବେ ଏହି ସମାରୋହ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭୁବନେଶ୍ଵରର ଜନତା ମଇଦାନରେ ହେବାକୁ ଥିବା ଶପଥ ଗ୍ରହଣ ସମାରୋହ ପାଇଁ ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ବିଜେପି ପକ୍ଷରୁ ନିମନ୍ତ୍ରଣ କରାଯାଇଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ବିଜେପି ନିମନ୍ତ୍ରଣ କରିଥିଲା।

ତେବେ ଗତକାଲି ମୋହନ ମାଝୀଙ୍କୁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି ମନୋନୀତ କରିଥିବା ବେଳେ ଆଜି ସକାଳେ ନିଜେ ମୋହନ ମାଝୀ ନବୀନ ନିବାସ ଯାଇ ନବୀନଙ୍କୁ ଭେଟିଛନ୍ତି। ଏହି ସମୟରେ ଶପଥ ଗ୍ରହଣ ସମାରୋହକୁ ଆସିବା ପାଇଁ ନବୀନଙ୍କୁ ମୋହନ ମାଝୀ ନିମନ୍ତ୍ରଣ କରିଥିବା ଜଣାପଡିଛି। ଅପରପକ୍ଷେ ନବୀନ ପଟ୍ଟନାୟକ ମଧ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବା ପାଇଁ ପ୍ରତିଶ୍ରୁତି ଦେବା ସହିତ ତାଙ୍କୁ ଆଶୀର୍ବାଦ କରିଥିବା ମୋହନ କହିଛନ୍ତି।

Mohan Majhi naveen pattanaik Oath-taking Ceremony odisha cm ନବୀନ ପଟ୍ଟନାୟକ ମୋହନ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.