
ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ହୋଇଛି। ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ଆଜି ୧୬ ଜଣିଆ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ନୂଆ ସରକାରରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି।
ମୋହନ୍ ସରକାରରେ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ ପରେ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଘୋଷଣା କରାଯାଇଛି। ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବାଚସ୍ପତି ଭାବେ ମନୋନୀତ କରିଛି।