Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ମହଲରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା
ଆଜିର ଖବର

ବିଭିନ୍ନ ମହଲରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା

June 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାରେ ନୂଆ ସରକାର ଗଠନ ହୋଇଛି। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ପୂର୍ଣ୍ଣ ଗରିଷ୍ଠତା ସହ କ୍ଷମତାକୁ ଆସିଛି। ନିର୍ବାଚନ ପୂର୍ବରୁ ବିଜେଡ଼ି-ବିଜେପି ମଧ୍ୟରେ ମେଣ୍ଟ ହେବା ଖବର ଚର୍ଚ୍ଚା ହେଉଥିବା ବେଳେ ଓଡିଶାର ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରତି ଅନିଚ୍ଛା ପ୍ରକାଶ କରିଥିଲେ।

ମେଣ୍ଟକୁ ସମର୍ଥନ ନକରି ବିଜେପି ରାଜ୍ୟରେ ଏକାକୀ ଲଢି ସରକାର ଗଠନ କରିପାରିବ ବୋଲି ଦାବି କରୁଥିଲେ। ହେଲେ ସେଥିପାଇଁ ତାଙ୍କୁ ବାରମ୍ବାର ଦିଲ୍ଲୀ ଡାକରା ମଧ୍ୟ ହେଉଥିଲା। କିନ୍ତୁ ଶେଷରେ ମନମୋହନଙ୍କ ନେତୃତ୍ଵରେ ବିଜେପି ରାଜ୍ୟରେ ଏକାକୀ ନିର୍ବାଚନ ଲଢି ସଫଳତା ପାଇଲା। ଏତେ ବଡ଼ ପରିବର୍ତ୍ତନ ସର୍ବ ଭାରତୀୟ ସ୍ତରରେ ଆଲୋଚନାର ବିଷୟ ପାଲଟିଲା।

କିନ୍ତୁ ବିଜେପିର ସଫଳତା ଯୋଗୁଁ ନିଜ ନିର୍ବାଚନ ମଣ୍ଡଳୀରୁ ମନମୋହନଙ୍କ ପରାଜୟର ଖବର ଉଭାନ ହୋଇଗଲା। ସମସ୍ତେ ମନମୋହନଙ୍କ ନେତୃତ୍ଵକୁ ପ୍ରଶଂସା କରିବା ଆରମ୍ଭ କଲେ। ମନମୋହନଙ୍କ ଯୋଗୁଁ ଓଡିଶାରେ ବିଜେପି କ୍ଷମତାକୁ ଆସିଲା ବୋଲି ଚର୍ଚ୍ଚା ହେଲା। ତେଣୁ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଲା।

ଏହିକ୍ରମରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ତାରକା ହୋଟେଲରେ ଆୟୋଜକ ଶିକ୍ଷାବିତ୍, ଉଦ୍ୟୋଗପତି ଶ୍ରୀନିବାସ ପଟ୍ଟନାୟକ ସମେତ ସବୁ ବର୍ଗର ଦଳୀୟ କର୍ମୀ, ମିଡ଼ିଆ ବନ୍ଧୁ, ଚିକିତ୍ସାବିତ୍ , ଶିକ୍ଷାବିତ୍, କଳାକାର,ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଉଦ୍ୟୋଗପତି, ଶିଳ୍ପପତି ତଥା ଶୁଭେଚ୍ଛୁଙ୍କର ଏକ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରାୟ ୫ ଶହ ଲୋକଙ୍କର ସମାଗମ ହୋଇଥିଲା। ସମସ୍ତେ ମନମୋହନଙ୍କ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Assembly Election BJP election 2024 manamohan samal Odisha ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନର ଲକ୍ଷ୍ୟ: ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 7, 2026
Latest News

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନର ଲକ୍ଷ୍ୟ: ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 7, 2026

ଅନିଲ ଅମ୍ବାନୀଙ୍କୁ ସରକାରୀ ଝଟକା: ପ୍ରତ୍ୟାହାର ହେଲା ରିଲାଏନ୍ସ କମ୍ୟୁନିକେସନ୍ସର ସ୍ପେକ୍ଟ୍ରମ୍

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.