Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ଜାମ୍ମୁ – କାଶ୍ମୀର ଗସ୍ତ
ଆଜିର ଖବର

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ଜାମ୍ମୁ – କାଶ୍ମୀର ଗସ୍ତ

June 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ପ୍ରାୟ ୬ଟାରେ ପ୍ରଧାନମନ୍ତ୍ରୀ ଶ୍ରୀନଗରସ୍ଥିତ ଶେର-ଇ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର (ଏଏସ୍‌କେଆଇସିସି)ରେ ‘ଯୁବ ସଶକ୍ତିକରଣ, ଜାମ୍ମୁ- କାଶ୍ମୀରର ରୂପାନ୍ତରଣ’ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ଜାମ୍ମୁ ଓ କାଶ୍ମୀରରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ। ସେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ଉନ୍ନତି ପ୍ରକଳ୍ପ (ଜେକେସିଆଇପି)ର ଶୁଭାରମ୍ଭ କରିବେ।

ଜୁନ୍ ୨୧ ତାରିଖ ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଧାନମନ୍ତ୍ରୀ ଶ୍ରୀନଗରର ଏସ୍‌କେଆଇସିସି ଠାରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ ଏବଂ ଏହା ପରେ ସିୱାଇପି ଯୋଗ ଅଧିବେଶନରେ ଅଂଶଗ୍ରହଣ କରିବେ।

ଯୁବଗୋଷ୍ଠୀଙ୍କୁ ସଶକ୍ତିକରଣ, ଜାମ୍ମୁ – କାଶ୍ମୀରର ରୂପାନ୍ତରଣ

“ଯୁବଗୋଷ୍ଠୀଙ୍କୁ ସଶକ୍ତିକରଣ, ଜାମ୍ମୁ – କାଶ୍ମୀରର ରୂପାନ୍ତରଣ” କାର୍ଯ୍ୟକ୍ରମ ଏହି ଅଞ୍ଚଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ, ଯେଉଁଥିରେ ପ୍ରଗତି ପ୍ରଦର୍ଶନ ଏବଂ ଯୁବ ସଫଳତା ହାସଲକାରୀଙ୍କୁ ପ୍ରେରଣା ପ୍ରଦାନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଷ୍ଟଲ୍ ଗୁଡ଼ିକର ସମୀକ୍ଷା କରିବା ସହ ଜାମ୍ମୁ – କାଶ୍ମୀରର ଯୁବବର୍ଗଙ୍କ ସହ ଆଲୋଚନା କରିବେ।

ପ୍ରଧାନମନ୍ତ୍ରୀ ୧୫୦୦ କୋଟିରୁ ଅଧିକ ମୂଲ୍ୟର ୮୪ଟି ବୃହତ୍ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ଏହି ଉଦ୍‌ଘାଟନୀ ଉତ୍ସବରେ ସଡ଼କ ଭିତ୍ତିଭୂମି, ଜଳ ଯୋଗାଣ ଯୋଜନା ଏବଂ ଉଚ୍ଚଶିକ୍ଷା ସମ୍ବନ୍ଧୀୟ ଭିତ୍ତିଭୂମି ଇତ୍ୟାଦି ପ୍ରକଳ୍ପ ଅନ୍ତର୍ଭୁକ୍ତ ହେବ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଚେନାନି – ପଟନିଟପ – ନାଶରୀ କ୍ଷେତ୍ରର ଉନ୍ନତି, ଶିଳ୍ପାଞ୍ଚଳର ବିକାଶ ଏବଂ ୦୬ଟି ସରକାରୀ ଡିଗ୍ରୀ କଲେଜ ନିର୍ମାଣ ଭଳି ପ୍ରକଳ୍ପର ଶିଳାନ୍ୟାସ କରିବେ।

ପ୍ରଧାନମନ୍ତ୍ରୀ ୧,୮୦୦ କୋଟି ଟଙ୍କାର କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ଉନ୍ନତି (ଜେକେସିଆଇପି) ପ୍ରକଳ୍ପର ଶୁଭାରମ୍ଭ କରିବେ। ଜାମ୍ମୁ – କାଶ୍ମୀରର ୨୦ଟି ଜିଲ୍ଲାର ୯୦ଟି ବ୍ଲକ୍‌ରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ ଏବଂ ଏଥିରେ ୧୫ ଲକ୍ଷ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରି ୩,୦୦,୦୦୦ ପରିବାରକୁ ସାମିଲ କରାଯିବ।

ସରକାରୀ ଚାକିରି ପାଇଥିବା ୨୦୦୦ରୁ ଅଧିକ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତି ପତ୍ର ବଣ୍ଟନ କରିବେ।

ଏହି ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ / ଉଦଘାଟନ ଏବଂ ଶୁଭାରମ୍ଭ ଯୁବକମାନଙ୍କୁ ସଶକ୍ତ କରିବ ଏବଂ ଜାମ୍ମୁ- କାଶ୍ମୀରରେ ଭିତ୍ତିଭୂମି କ୍ଷେତ୍ରରେ ଉନ୍ନତି ଆଣିବ।

ଅନ୍ତର୍ଜାତୀୟ ଯୋଗ ଦିବସ

ଜୁନ୍ ୨୧, ୨୦୨୪ ରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିୱାଇ) ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀନଗରର ଏସକେଆଇସିସି ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଉତ୍ସବର ନେତୃତ୍ୱ ନେବେ । ଚଳିତ ବର୍ଷର କାର୍ଯ୍ୟକ୍ରମ ଯୁବ ମନ ଓ ଶରୀର ଉପରେ ଯୋଗର ଗଭୀର ପ୍ରଭାବକୁ ଦର୍ଶାଉଛି । ଏହି ଉତ୍ସବର ଉଦ୍ଦେଶ୍ୟ ହେଉଛି ହଜାର ହଜାର ଲୋକଙ୍କୁ ଯୋଗ ଅଭ୍ୟାସରେ ଏକାଠି କରିବା, ବିଶ୍ୱସ୍ତରରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ।

୨୦୧୫ ରୁ ପ୍ରଧାନମନ୍ତ୍ରୀ ଦିଲ୍ଲୀ, ଚଣ୍ଡିଗଡ଼, ଡେରାଡୁନ, ରାଞ୍ଚି, ଲକ୍ଷ୍ନୌ, ମହୀଶୁର ଏବଂ ଏପରିକି ନ୍ୟୁୟର୍କରେ ଥିବା ଜାତିସଂଘ ମୁଖ୍ୟାଳୟ ସମେତ ବିଭିନ୍ନ ପ୍ରସିଦ୍ଧ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିୱାଇ) ପାଳନର ନେତୃତ୍ୱ ନେଉଛନ୍ତି।

ଚଳିତ ବର୍ଷର ବିଷୟବସ୍ତୁ “ନିଜ ପାଇଁ ଓ ସମାଜ ପାଇଁ ଯୋଗ” ଉଭୟ ବ୍ୟକ୍ତିଗତ ଏବଂ ସାମାଜିକ କଲ୍ୟାଣକୁ ପ୍ରୋତ୍ସାହିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଛି। ଏହି କାର୍ଯ୍ୟକ୍ରମ ତୃଣମୂଳ ସ୍ତରର ଯୋଗରେ ଅଂଶଗ୍ରହଣ ଏବଂ ଗ୍ରାମାଞ୍ଚଳରେ ଯୋଗର ପ୍ରସାରକୁ ପ୍ରୋତ୍ସାହିତ କରିବ।

jammu kashmir narendra modi shrinagar Yoga Day ଉନ୍ନୟନମୂଳକ ପ୍ରକଳ୍ପ ଜାମ୍ମୁ ଓ କାଶ୍ମୀର ଶିଳାନ୍ୟାସ ଓ ଉଦଘାଟନ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.