Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରର “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗରେ ନାମଲେଖା ଲାଗି ଜୁନ୍ ୨୨ରୁ ଅନଲାଇନ ଆବେଦନ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରର “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗରେ ନାମଲେଖା ଲାଗି ଜୁନ୍ ୨୨ରୁ ଅନଲାଇନ ଆବେଦନ

June 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ଶିଳ୍ପ ସଂସ୍ଥା ଲାଗି ଦକ୍ଷ ଯୁବପିଢ଼ିଙ୍କର ଚାହିଦା ରହିଛି। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ବର୍ଷିକିଆ ଆଡଭାନ୍ସଡ୍ ଡିପ୍ଲୋମା ତାଲିମ ପାଠ୍ୟକ୍ରମ ଦିଆଯାଉଛି। ଫଳରେ ଓଡ଼ିଶାର ଯୁବପିଢ଼ି ଦକ୍ଷତା ବିକାଶ ତାଲିମ ନେଇ ଆଜି ଦେଶ ବିଦେଶରେ ନିଯୁକ୍ତି ସୁଯୋଗ ପାଉଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୦୨୪-୨୫ ବ୍ୟାଚର ସେପ୍ଟେମ୍ବର ସେସନରେ ନାମଲେଖା ଲାଗି ଆବେଦନ ପ୍ରକ୍ରିୟା ଜୁନ ୨୨ରୁ ଆରମ୍ଭ ହେଉଛି। କେବଳ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗ ଅଧୀନରେ ରହିଥିବା ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଓଡ଼ିଶାର ଆଗ୍ରହୀ ପ୍ରାର୍ଥୀମାନେ ଅଗଷ୍ଟ ୩୦ ତାରିଖ ସୁଦ୍ଧା ଆବେଦନ କରିପାରିବେ।

ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଅନଲାଇନ ମାଧ୍ୟମରେ ଏକ ସ୍ୱତନ୍ତ୍ର ପ୍ରବେଶିକା ପରୀକ୍ଷା କରାଯାଇ ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପାଇଁ ଚୟନ କରାଯିବ।

୨୦୨୪-୨୫ ଶିକ୍ଷାବର୍ଷରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗ ଅଧୀନରେ “ପ୍ରିସିସନ ଇଞ୍ଜିନିୟରିଂ” ଭଳି ଅତ୍ୟାଧୁନିକ ପାଠ୍ୟକ୍ରମ ଆରମ୍ଭ ହେଉଛି। ଏଥିରେ ଇଞ୍ଜିନିୟରିଂ ଡ୍ରଇଙ୍ଗ ଆଣ୍ଡ ଇନ୍ସପେକ୍ସନ ଟେକ୍ନିକ୍ସ, ଇଞ୍ଜିନିୟରିଂ ପ୍ରୋସେସ୍ (ଟର୍ଣ୍ଣିଂ), ଇଞ୍ଜିନିୟରିଂ ପ୍ରୋସେସ୍‌, ଥ୍ରୀଡି କ୍ୟାଡ୍‌/କ୍ୟାମ୍ ଅପ୍ଲିକେସନ୍ସ, ସିଏନସି ସିଟ୍ ମେଟାଲ ଫାବ୍ରିକେସନ ଏବଂ ଗ୍ରାଇଣ୍ଡିଂ ଭଳି ମଡ୍ୟୁଲ୍ ରହିଛି।

ଏହାସହିତ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ ଏବଂ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫ୍ଟ ଟେକ୍ନୋଲୋଜି) ବିଷୟ ରହିଛି। ଚଳିତ ବ୍ୟାଚରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗର ମୋଟ ୭ଟି ବିଷୟରେ ନାମଲେଖା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆବେଦନ ଆହ୍ୱାନ କରାଯାଇଛି।

ଏହି ଅତ୍ୟାଧୁନିକ ବିଷୟରେ ତାଲିମ ପାଇଁ ପ୍ରାର୍ଥୀ ଓଡ଼ିଶାର କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ।

ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟରେ www.worldskillcenter.org ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ। ନାମଲେଖା ବିଷୟରେ ଅଧିକ ସୂଚନା ପାଇଁ ପ୍ରାର୍ଥୀ ୧୮୦୦ ୨୬୬ ୬୦୦୨ରେ ଯୋଗାଯୋଗ କରିପାରିବେ।

ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ପକ୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଦେଶରେ ଯାଇ ବିଶେଷ ଅନୁଭୂତି ହାସଲ କରିବା ପାଇଁ ସୁଯୋଗ ଦିଆଯାଉଛି। ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ଦୁଇ ସପ୍ତାହ ଲାଗି “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତିବର୍ଷ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ପେଡ୍ ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି।

ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ “ପ୍ଲେସମେଣ୍ଟ” ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନ ଆବେଦନ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍କୁଲ ଅଫ୍ ଇଞ୍ଜିନିୟରିଂ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025
Latest News

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.