Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»NEET ମାମଲାରେ ଗଠନ ହେଲା ଉଚ୍ଚ ସ୍ତରୀୟ କମିଟି, ଦୁଇ ମାସ ମଧ୍ୟରେ ଦାଖଲ କରିବ ରିପୋର୍ଟ
ଆଜିର ଖବର

NEET ମାମଲାରେ ଗଠନ ହେଲା ଉଚ୍ଚ ସ୍ତରୀୟ କମିଟି, ଦୁଇ ମାସ ମଧ୍ୟରେ ଦାଖଲ କରିବ ରିପୋର୍ଟ

June 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ଜରିଆରେ ପାରଦର୍ଶୀ, ସୁଗମ ଓ ସ୍ୱଚ୍ଛ ଭାବେ ପରୀକ୍ଷା ଆୟୋଜନ ସୁନିଶ୍ଚିତ କରିବା ଲାଗି ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଶେଷଜ୍ଞମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ନିମ୍ନଲିଖିତ ସୁପାରିସ କରିବ:

ପରୀକ୍ଷା ପ୍ରକ୍ରିୟାର ବ୍ୟବସ୍ଥାରେ ସଂସ୍କାର,

ଡାଟା ସୁରକ୍ଷା ପ୍ରୋଟୋକଲ୍‌ରେ ସୁଧାର,

ଏନଟିଏର ଢାଞ୍ଚା ଓ ପରିଚାଳନାରେ ଉନ୍ନତି

ଉଚ୍ଚସ୍ତରୀୟ କମିଟର ଅଧ୍ୟକ୍ଷ ଓ ସଦସ୍ୟମାନଙ୍କ ନାମ ନିମ୍ନରେ ଦିଆଗଲା

୧ ଡ. କେ ରାଧାକ୍ରିଷ୍ଣନ

ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ତଥା ଆଇଆଇଟି କାନପୁରର ବିଓଜିର ଅଧ୍ୟକ୍ଷ।

ଅଧ୍ୟକ୍ଷ
୨ ଡାକ୍ତର ରଣଦୀପ ଗୁଲେରିଆ,

ଦିଲ୍ଲୀ ଏମ୍ସର ପୂର୍ବତନ ନିର୍ଦ୍ଦେଶକ

ସଦସ୍ୟ
୩ ପ୍ରଫେସର ବି ଜେ ରାଓ,

ହାଇଦ୍ରାବାଦ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି

ସଦସ୍ୟ
୪ ପ୍ରଫେସର ରାମମୂର୍ତ୍ତି କେ.

ଆଇଆଇଟି ମାଡ୍ରାସର ସିଭିଲ ଇଞ୍ଜିନିୟରିଂ ବିଭାଗର ଅତିଧି ପ୍ରାଧ୍ୟାପକ

ସଦସ୍ୟ
୫ ପଙ୍କଜ ବଂଶଲ,

ସହ ପ୍ରତିଷ୍ଠାତା, ପିପୁଲ ଷ୍ଟ୍ରଙ୍ଗ ଏବଂ କର୍ମଯୋଗୀ ଭାରତର ବୋର୍ଡ ସଦସ୍ୟ

ସଦସ୍ୟ
୬ ପ୍ରଫେସର ଆଦିତ୍ୟ ମିତ୍ତଲ,

ଆଇଆଇଟି ଦିଲ୍ଲୀର ଛାତ୍ର ବ୍ୟାପାର ଡିନ୍

ସଦସ୍ୟ
୭ ଗୋବିନ୍ଦ ଜୟସ୍ୱାଲ,

ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ,

ଭାରତ ସରକାର

ସଦସ୍ୟ ସଚିବ

କମିଟି ନିମ୍ନ ବିଷୟଗୁଡ଼ିକ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ କରିବ;

(i) ପରୀକ୍ଷା ପ୍ରକ୍ରିୟାରେ ସଂସ୍କାର

(କ) ଆମୂଳଚୁଳ ଭାବେ ପରୀକ୍ଷା ପ୍ରକ୍ରିୟାର ବିଶ୍ଳେଷଣ କରିବା ଏବଂ ବ୍ୟବସ୍ଥାର ଦକ୍ଷତାରେ ଉନ୍ନତି ଆଣିବା ଏବଂ କୌଣସି ସମ୍ଭାବ୍ୟ ଉଲ୍ଲଂଘନକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେବା।

(ଖ) ଏନଟିଏର ମାନକ ପରିଚାଳନା ପଦ୍ଧତି ବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି)/ପ୍ରୋଟୋକଲର ସମ୍ପୂର୍ଣ୍ଣ ସମୀକ୍ଷା କରିବା ଏବଂ ପ୍ରତ୍ୟେକ ସ୍ତରରେ ଅନୁପାଳନ ସୁନିଶ୍ଚିତ କରିବା ପାଇଁ ଅନୁଧ୍ୟାନ ବ୍ୟବସ୍ଥା ସହିତ ଏହି ପ୍ରକ୍ରିୟା/ ପ୍ରୋଟୋକଲଗୁଡ଼ିକୁ ସୁଦୃଢ଼ କରିବା ନିମନ୍ତେ ପଦକ୍ଷେପ ନେବା ଲାଗି ଆବଶ୍ୟକ ପରାମର୍ଶ ଦେବା।

(ii) ଡାଟା ସୁରକ୍ଷା ପ୍ରୋଟୋକଲରେ ଉନ୍ନତି

(କ) ବର୍ତ୍ତମାନର ଡାଟା ସୁରକ୍ଷା ପ୍ରକ୍ରିୟା ଏବଂ ଏନଟିଏର ପ୍ରୋଟୋକଲଗୁଡିକର ମୂଲ୍ୟାଙ୍କନ କରିବା ତଥା ଏଥିରେ ସୁଧାର ପାଇଁ ପଦକ୍ଷେପ ସୁପାରିସ କରିବା।

(ଖ) ବିଭିନ୍ନ ପରୀକ୍ଷା ପାଇଁ ପେପର ସେଟିଂ ଏବଂ ଅନ୍ୟାନ୍ୟ ପ୍ରକ୍ରିୟା ସମ୍ବନ୍ଧୀୟ ବର୍ତ୍ତମାନର ସୁରକ୍ଷା ପ୍ରୋଟୋକଲ ଯାଞ୍ଚ କରିବା ତଥା ବ୍ୟବସ୍ଥାକୁ ଅଧିକ ସୁରକ୍ଷିତ କରିବା ପାଇଁ ସୁପାରିସ କରିବା।

(iii) ଏନଟିଏର ଢାଞ୍ଚା ଓ ପରିଚାଳନାରେ ଉନ୍ନତି

(କ) ପଏଣ୍ଟ (୧) ଓ (୨) ଅଧୀନରେ ଦିଆଯାଇଥିବା ସୁପାରିସଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ)ର ସାଂଗଠନିକ ଢାଞ୍ଚା ଏବଂ ପରିଚାଳନା ପ୍ରକ୍ରିୟାରେ ସୁଧାର ଆବଶ୍ୟକ ସୁପାରିସ କରିବା ଏବଂ ପ୍ରତ୍ୟେକ ସ୍ତରରେ କର୍ମକର୍ତ୍ତାଙ୍କ ଭୂମିକା ଏବଂ ଦାୟିତ୍ୱକୁ ସ୍ପଷ୍ଟ ଭାବରେ ନିର୍ଦ୍ଧାରଣ କରିବା।

(ଖ) ଏନଟିଏର ସାମ୍ପ୍ରତିକ ଅଭିଯୋଗ ସମାଧାନ ବ୍ୟବସ୍ଥାର ଆକଳନ କରିବା, ଉନ୍ନତିର କ୍ଷେତ୍ରଗୁଡିକ ଚିହ୍ନଟ କରିବା ଏବଂ ଏହାର ଦକ୍ଷତା ବୃଦ୍ଧି ପାଇଁ ସୁପାରିସ କରିବା।

ଏହି ଆଦେଶ ଜାରି ହେବାର ଦୁଇ ମାସ ମଧ୍ୟରେ କମିଟି ଏହାର ରିପୋର୍ଟ ଶିକ୍ଷା ମନ୍ତ୍ରଣାଳୟକୁ ପ୍ରଦାନ କରିବ।

ନିଜର ସହାୟତା କରିବା ପାଇଁ କମିଟି ଯେକୌଣସି ବିଷୟ ବିଶେଷଜ୍ଞଙ୍କ ସହଯୋଗ ନେଇପାରିବ।

dharmendra pradhan neet NEET Paper Leak 2024
Share. Facebook Twitter LinkedIn Email WhatsApp Copy Link

Related Posts

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025

ସିଆଇଟିଇଏସ ପକ୍ଷରୁ ବନତାରାକୁ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଗ୍ଲୋବାଲ ହବ୍ ଘୋଷଣା

November 27, 2025

President in Odisha Assambly: ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରାଗଲା ସ୍ବତନ୍ତ୍ର ବ୍ୟବସ୍ଥା

November 27, 2025

ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଲେ ନୀତା ଅମ୍ବାନୀ

November 27, 2025
Latest News

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025

ସିଆଇଟିଇଏସ ପକ୍ଷରୁ ବନତାରାକୁ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଗ୍ଲୋବାଲ ହବ୍ ଘୋଷଣା

November 27, 2025

President in Odisha Assambly: ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରାଗଲା ସ୍ବତନ୍ତ୍ର ବ୍ୟବସ୍ଥା

November 27, 2025

ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଲେ ନୀତା ଅମ୍ବାନୀ

November 27, 2025

ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.