Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ପନ୍ନ ହେଲା ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସ୍ନାନନୀତି: ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି ହେଲା ୧୦୮ଗରା ସୁବାସିତ ଜଳ
ଆଜିର ଖବର

ସମ୍ପନ୍ନ ହେଲା ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସ୍ନାନନୀତି: ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି ହେଲା ୧୦୮ଗରା ସୁବାସିତ ଜଳ

June 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପବିତ୍ର ସ୍ନାନପୁର୍ଣିମା ଉପଲକ୍ଷେ ବାଣପୁରର ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ସ୍ନାନନୀତି ମନ୍ଦିର ପରିସରରେ ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥଙ୍କର ନୀତିକାନ୍ତି ଅନୁସାରେ ପ୍ରଭୁ ସ୍ନାନମଣ୍ଡପରେ ଉଭାହୋଇ ୧୦୮ଗରା ସୁବାସିତ ଜଳ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି ହୋଇଥିଲା।

ସ୍ନାନମଣ୍ଡପରେ ସକାଳ ଧୂପ ହୋଇ ଭୋଗ ଗ୍ରହଣ କରିଥିଲେ ମହାପ୍ରଭୁ। ଏହି ମାନବୀୟ ଲୀଳାକୁ ଶହ ଶହ ଶ୍ରଦ୍ଧାଳୁ ମାନେ ଦେଖି ବିଭୋର ହୋଇଯାଇଥଲେ। ଏହି ସବୁର କାର୍ଯ୍ୟକ୍ରମ ପାଇଁ ଗତକାଲି ଠାରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିଲା।

ସନ୍ଧ୍ୟା ସମୟରେ ପ୍ରଭୁଙ୍କୁ ହାତୀବେଶରେ ଭକ୍ତମାନେ ଦର୍ଶନ କରିଥିଲେ। ସ୍ନାନପୁର୍ଣିମା ରାତିରେ ପ୍ରଭୁ ଅଣସର ପିଣ୍ଡିରେ ବିଜେ ହେବେ। ରବିବାର ଠାରୁ ରଙ୍କନାଥ ଦେବଙ୍କ ଅନବସର କାଳୀନ ଗୁପ୍ତପୂଜା ହେବ। ପିଣ୍ଡି ସମ୍ମୁଖରେ ପଟିଦିଅଁ ପୂଜା ପାଇବେ। ଠାକୁରଙ୍କ ପାରମ୍ପରିକ ସେବକ ପଟିଦିଅଁଙ୍କୁ ପ୍ରସ୍ତୁତ କରିଛନ୍ତି।

ବିଳମ୍ବିତ ରାତିରେ ମନ୍ଦିରକୁ ପଟିଦିଅଁ ବିଜେ ହେବେ।  ଗୁପ୍ତପୂଜା ସମୟରେ ଶ୍ରୀ ବିଗ୍ରହଙ୍କୁ ଦର୍ଶନ ବାରଣ ଥିବାରୁ ଏହି ସମୟରେ ପଟିଦିଅଁଙ୍କୁ ପୂଜା କରାଯାଏ। ପଟିଦିଅଁ ସ୍ୱରୂପ ଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଓ ଶ୍ରୀ ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବଙ୍କୁ ପଟିଦିଅଁ ରୂପେ ପୂଜା କରାଯିବାର ପରମ୍ପରା ଥିବା ପରିଚାଳନା କମିଟି ଦାଶରଥି ସାହୁ କହିଛନ୍ତି। ଭକ୍ତମାନେ ପଟିଦିଅଁଙ୍କୁ ଦର୍ଶନ କରି ପୂଜା କରିବାର ଵିଧି ଅଛି।

ଚତୁର୍ଦ୍ଧାମୂର୍ତ୍ତି ଶ୍ରୀ ଶ୍ରୀ ରଙ୍କନାଥ ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.