Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱର୍ଗତଃ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୭୨ ତମ ବଳିଦାନ ଦିବସ
ଆଜିର ଖବର

ସ୍ୱର୍ଗତଃ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୭୨ ତମ ବଳିଦାନ ଦିବସ

June 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେପିର ବିଚାରଧାରା ଓ ରାଜନୈତିକ ଆନ୍ଦୋଳନର ପ୍ରଣେତା ଥିଲେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ। ସେ ଜଣେ ବିଶିଷ୍ଟ ରାଜନେତା ହେବା ସହ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ନେତୃତ୍ୱରେ ୧୯୫୧ ମସିହାରେ ପ୍ରତିଷ୍ଠା ହୋଇଥିବା ଭାରତୀୟ ଜନସଂଘ ପରବର୍ତ୍ତୀ ସମୟରେ ବିଜେପି ଭଳି ବିଶାଳ ରାଜନୈତିକ ଦଳରେ ପରିଣତ ହୋଇଛି। ଏହି ଦଳ ବିଶ୍ୱର ସର୍ବବୃହତ ରାଜନୈତିକ ଦଳଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଭାରତର ଏକତା ଓ ଅଖଣ୍ଡତା ପାଇଁ ସ୍ୱର୍ଗତଃ ମୁଖାର୍ଜୀ ନିଜ ଜୀବନ ସମର୍ପଣ କରିଥିଲେ। ଦେଶର ବିକାଶ, ସାମାଜିକ ନୀତି, ରାଷ୍ଟ୍ରୀୟ ସୁରକ୍ଷା ନୀତି ପାଇଁ ସେ ସଂକଳ୍ପବଦ୍ଧ ଥିଲେ।

ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ତିରୋଧାନ ଦିବସକୁ ବଳିଦାନ ଦିବସ ଭାବେ ପାଳନ କରାଯାଉଅଛି। ଆଜି ରାଜ୍ୟ କାର୍ଯ୍ୟାଳୟରେ ସ୍ୱର୍ଗତଃ ମୁଖାର୍ଜୀଙ୍କ ୭୨ତମ ବଳିଦାନ ଦିବସ ଅନୁଷ୍ଠିତ ହୋଇଯାଇଛି।

ଏହି  କାର୍ଯ୍ୟକ୍ରମରେ ରାଜ୍ୟ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ଏକାମ୍ର ବିଧାୟକ ବାବୁ ସିଂ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠି, ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତିନ ମହାନ୍ତି, ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ବରିଷ୍ଠ କାର୍ଯ୍ୟକର୍ତା ସୁଦର୍ଶନ ନାୟକ, ଭୁବନାନନ୍ଦ ତ୍ରିପାଠୀ, ନିରଞ୍ଜନ ମିଶ୍ର, ପୂର୍ବତନ ସାଂସଦ ପର୍ଶୁରାମ ମାଝୀ, ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ପଂଚାନନ ନାୟକ ପ୍ରମୁଖଙ୍କ ସମେତ କାର୍ଯ୍ୟକର୍ତାମାନେ ଉପସ୍ଥିତ ରହି ସ୍ୱର୍ଗତଃ ମୁର୍ଖାଜୀଙ୍କ ଫଟୋରେ ପୁ୍‌ଷ୍ପମାଲ୍ୟ ଅର୍ପଣ କରିଥିଲେ।

କାଶ୍ମୀର ପାଇଁ ସମ୍ବିଧାନରେ ଥିବା ୩୭୦ ଧାରାକୁ ସ୍ୱର୍ଗତଃ ମୁଖାର୍ଜୀ ବିରୋଧ କରିଥିଲେ। “ଏକ୍ ଦେଶ୍ ମେଁ ଦୋ ବିଧାନ୍‌, ଦୋ ପ୍ରଧାନ୍ ଔର ଦୋ ନିଶାନ୍ ନହିଁ ଚଲେଙ୍ଗେ” ବୋଲି କହିଥିଲେ। ଏହାଦ୍ୱାରା ଦେଶର ଅଖଣ୍ଡତା ନଷ୍ଟ ହେଉଛି ବୋଲି ମୁର୍ଖାଜୀ କହି ଦେଶବାସୀ ହୃଦୟରେ ଏକତାର ଅଗ୍ନି ପ୍ରଜ୍ୱଳିତ କରିଥିଲେ। ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇ ୨୦୧୯ ମସିହା ଅଗଷ୍ଟ ୫ ତାରିଖ ଦିନଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ କରିଛନ୍ତି। ଏହାପରେ କାଶ୍ମୀର ରାଜ୍ୟ ଭାରତ ବର୍ଷର ଅଭିନ୍ନ ଅଙ୍ଗ ଭାବେ ପରିଗଣିତ ହୋଇଛି। ସ୍ୱର୍ଗତଃ ମୁଖାର୍ଜୀଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ । ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆମ୍ଭେ କାର୍ଯ୍ୟ କରିବାକୁ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତା ସଂକଳ୍ପ ନେଇଥିଲେ।

ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ବଳିଦାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.