Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଏକ ପେଡ୍‌ ମା କେ ନାମ’ ଅଭିଯାନ ଅଧୀନରେ ଚାରା ରୋପଣ
ଆଜିର ଖବର

ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଏକ ପେଡ୍‌ ମା କେ ନାମ’ ଅଭିଯାନ ଅଧୀନରେ ଚାରା ରୋପଣ

June 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ମିଶନ ଶକ୍ତି ଭବନ ପରିସରରେ ‘ଏକ ପେଡ୍‌ ମା କେ ନାମ (ମା’ଙ୍କ ପାଇଁ ଗଛଟିଏ)’ ଅଭିଯାନ ଅଧୀନରେ ‘ବଉଳ’ ଚାରା ରୋପଣ କରିଛନ୍ତି। ଏହି ଅଭିଯାନର ଲକ୍ଷ୍ୟ ପ୍ରକୃତିର ସୁରକ୍ଷା ସହିତ ଏହାକୁ ନିଜ ମାତା ପରି ସମ୍ମାନ ଦେବା।

ଚାରା ରୋପଣ ପରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଏକ ବୈଠକର ଅଧ୍ୟକ୍ଷତା କରିଥିଲେ ଯେଉଁଥିରେ ମିଶନ ଶକ୍ତି ଜିଲ୍ଲା ତଥା ବ୍ଲକ ସ୍ତରୀୟ ମହାସଂଘର ଲିଡର୍‌ ଏବଂ କମୁ୍ୟନିଟି ସପୋର୍ଟ ଷ୍ଟାଫମାନେ ଉତ୍ସାହର ସହ ଅଂଶଗ୍ରହଣ କରିବା ସହ ଏହି ପରିବେଶ ଅଭିମୁଖୀ ପଦକ୍ଷେପକୁ ସମର୍ଥନ କରିଥିଲେ। ବୈଠକରେ ଶ୍ରୀମତୀ ପରିଡା ମା’ମାନଙ୍କୁ ସମ୍ମାନ ଦେବା ସହ ଏକ ସବୁଜ ଓଡ଼ିଶା ଗଠନ ଲକ୍ଷ୍ୟରେ ପ୍ରତ୍ୟେକ ନାଗରିକଙ୍କୁ ନିଜ ମାଆଙ୍କ ନାମରେ ଗଛ ଲଗାଇବାକୁ ଉତ୍ସାହିତ କରିଥିଲେ।

ଉପମୁଖ୍ୟମନ୍ତ୍ରୀ ପରିବେଶ ସୁରକ୍ଷା ପାଇଁ ସମଗ୍ର ସମ୍ପ୍ରଦାୟ ଏକଜୁଟ ହେବାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ ଏବଂ ମିଶନ ଶକ୍ତି ଲିଡର୍‌ ତଥା ବିଭାଗୀୟ ଅଧିକାରୀମାନଙ୍କୁ ଏହି ଅଭିଯାନକୁ ସାରା ରାଜ୍ୟରେ ବ୍ୟାପକ କରିବାରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ଏହା ଛଡା ବୈଠକରେ ଶ୍ରୀମତୀ ପରିଡା ବିକଶିତ ଓଡିଶା ସ୍ୱପ୍ନ ପୂରଣ ହେବାରେ ମିଶନ ଶକ୍ତିର ଭୂମିକା ଉପରେ ଗୁରୁତ୍ୱାରୋପ କରିବା ସହିତ ମିଶନ ଶକ୍ତି ରାଜ୍ୟରେ ସାମାଜିକ ଏବଂ ଅର୍ଥନୈତିକ ବିପ୍ଳବ ଆଣିଥିବା ବିଷୟରେ ମଧ୍ୟ କହିଥିଲେ।

ଏହି ଅବସରରେ ଅଭିଯାନର ଦୃଢ ସମର୍ଥନରେ ମିଶନ ଶକ୍ତି ଲିଡର୍‌ମାନେ ସାରା ରାଜ୍ୟରେ ୨.୫ କୋଟି ବୃକ୍ଷରୋପଣ କରିବାକୁ ପ୍ରତିଶୃତି ଦେଇଛନ୍ତି। ଏହି ଉଚ୍ଚାଭିଳାଷୀ ଅଭିଯାନ ମା’ମାନଙ୍କୁ ସମ୍ମାନ ଦେବା ସହ ପରିବେଶ ସୁରକ୍ଷା ତଥା ଓଡିଶାରେ ମହିଳା ସଶକ୍ତିକରଣ ପ୍ରତି ପ୍ରତିଶ୍ରୁତିବଦ୍ଧତାକୁ ସୂଚିତ କରେ।

ଏହି ବୈଠକରେ ରାଜ୍ୟ ମିଶନ ନିର୍ଦ୍ଦେଶକ ତଥା ସିଇଓ, ଓଡିଶା ଜୀବିକା ମିଶନ (ଓଏଲଏମ୍‌) ଭିନୀତ ଭରଦ୍ୱାଜ (ଭା.ପ୍ର.ସେ), ବିଭାଗର ବରିଷ୍ଠ ସରକାରୀ ଅଧିକାରୀ ତଥା ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଏକ ପେଡ୍ ମା’ କେ ନାମ ପ୍ରଭାତୀ ପରିଡା ମା’ଙ୍କ ପାଇଁ ଗଛଟିଏ ମିଶନ ଶକ୍ତି ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Latest News

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.