Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଲୋକସଭାରେ ହେବ ବାଚସ୍ପତି ନିର୍ବାଚନ: ସାଂସଦମାନଙ୍କୁ ହ୍ଵିପ ଜାରି କଲେ ବିଜେପି ଓ କଂଗ୍ରେସ
ଆଜିର ଖବର

ଆସନ୍ତାକାଲି ଲୋକସଭାରେ ହେବ ବାଚସ୍ପତି ନିର୍ବାଚନ: ସାଂସଦମାନଙ୍କୁ ହ୍ଵିପ ଜାରି କଲେ ବିଜେପି ଓ କଂଗ୍ରେସ

June 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ଏ ସମ୍ପର୍କରେ ବିବାଦ ଲାଗି ରହିଛି। ଆସନ୍ତାକାଲି ଅର୍ଥାତ୍ ବୁଧବାର ଦିନ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି କ୍ରମରେ କଂଗ୍ରେସ ଲୋକସଭାରେ ନିଜର ସାଂସଦମାନଙ୍କୁ ଆସନ୍ତାକାଲି ଗୃହରେ ଉପସ୍ଥିତ ରହିବାକୁ କହିଛି।

କଂଗ୍ରେସ ସଂସଦୀୟ ଦଳ ପକ୍ଷରୁ ସାଂସଦମାନଙ୍କୁ ଲେଖାଯାଇଥିବା ଚିଠିରେ କୁହାଯାଇଛି ଯେ, “ଆସନ୍ତାକାଲି ଲୋକସଭାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଯିବ। ଲୋକସଭାରେ କଂଗ୍ରେସ ଦଳର ସମସ୍ତ ସଦସ୍ୟ ଉପସ୍ଥିତ ରହିବାକୁ ଅନୁରୋଧ। ସକାଳ ୧୧ ଟାରୁ ଗୃହ ମୁଲତବୀ ପର୍ଯ୍ୟନ୍ତ ଗୃହରେ ଉପସ୍ଥିତ ରହିବା ପାଇଁ କୁହାଯାଇଛି। ଏହି ବାର୍ତ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯିବା ଉଚିତ୍। କଂଗ୍ରେସର ଏହି ହ୍ଵିପ କେ ସୁରେଶଙ୍କ ଦ୍ଵାରା ଜାରି କରାଯାଇଛି, ଯିଏକି ବିରୋଧୀ ଦଳର ଲୋକସଭା ବାଚସ୍ପତି ପ୍ରାର୍ଥୀ ଅଟନ୍ତି।

ସେହିଭଳି ବିଜେପି ଏହାର ସମସ୍ତ ସାଂସଦଙ୍କୁ ଏକ ହ୍ଵିପ ଜାରି କରି ବୁଧବାର ଲୋକସଭା ବାଚସ୍ପତି ନିର୍ବାଚନ ପାଇଁ ଅଧିବେଶନରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛି।

ଉଲ୍ଲେଖ ଯୋଗ୍ୟ ଯେ, ୧୯୫୨ ପରଠାରୁ ପ୍ରଥମ ଥର ପାଇଁ ୧୮ ତମ ଲୋକସଭାରେ ବାଚସ୍ପତି ପଦ ପାଇଁ ଲଢେଇ ହେବ। ବାସ୍ତବରେ, ଏନଡିଏର ଓମ ବିର୍ଲା ଏବଂ I.N.D.I.A ମେଣ୍ଟରୁ କେ ସୁରେଶ ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ପ୍ରାରମ୍ଭରେ ବାଚସ୍ପତି ପଦ ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏ ଏବଂ ବିରୋଧୀଙ୍କ ମଧ୍ୟରେ ଏକ ସହମତି ଥିବା ପରି ମନେ ହେଉଥିଲା କିନ୍ତୁ ପରେ ଉପ ବାଚସ୍ପତି ପଦବୀ ତାଙ୍କୁ ଦିଆଯାଉ ବୋଲି ବିରୋଧୀ ଦାବି କରିଥିଲେ ମଧ୍ୟ ଏନଡିଏ ସର୍ତ୍ତମୂଳକ ସମର୍ଥନ ଗ୍ରହଣ କରିବାକୁ ମନା କରିଦେଇଥିଲା। ଯାହାଫଳରେ ସହମତି ହୋଇପାରିଲା ନାହିଁ।

Breaking News Congress Lok Sabha Parliament Session whip
Share. Facebook Twitter LinkedIn Email WhatsApp Copy Link

Related Posts

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.