Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅନୈତିକ କାରବାର ବିରୋଧୀ ଦିବସ ପାଳିତ
ଆଜିର ଖବର

ଖୋର୍ଦ୍ଧାରେ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅନୈତିକ କାରବାର ବିରୋଧୀ ଦିବସ ପାଳିତ

June 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ଙ୍କ ମିଳିତ ସହଯୋଗରେ ଏକ ରାଲି ସକାଳ ୭ ଘଟିକା ସମୟରେ ବାହାରି ଖୋର୍ଦ୍ଧା ସହର ଅତିକ୍ରମ କରି ଟାଉନ ହଲ ପର୍ଯ୍ୟନ୍ତ ପହଞ୍ଚିଥିଲା। ଏଥି ସହ ଏକ ସୁସଜ୍ଜିତ ରଥକୁ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଏବଂ ଉପ ଜିଲ୍ଲାପାଳ ଦିପ୍ତି ରଞ୍ଜନ ସେଠୀ ସବୁଜ ପତାକା ହଲାଇ ଶୁଭାରମ୍ଭ କରିବା ପରେ ଏହା ରାଲିର ଆଗେ ଆଗେ ନିଶା ଅପବ୍ୟବହାର ଉପରେ ସ୍ଲୋଗାନ ଦେଇ ଲୋକମାନଙ୍କୁ ଜାଗ୍ରତ କରାଇ ଟାଉନ ହଲ ରେ ପହଞ୍ଚିଥିଲା। ତାହା ପରେ ଏହି ରଥ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପହଞ୍ଚି ନିଶା ଅପ ବ୍ୟବହାର ବାର୍ତ୍ତା ପ୍ରଚାର କରିଥିଲା।

ଏହି ରାଲିରେ ଜିଲ୍ଲା ପ୍ରଶାସନ ଖୋର୍ଦ୍ଧା, ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ, ଅଧିକାରୀ ଏବଂ ଏନ.ଜି.ଓ ସହଭାଗୀ ପ୍ରଜାପୀତା ବ୍ରହ୍ମା କୁମାରୀ ପ୍ରମୁଖ ସହର ପରିକ୍ରମା କରି ଟାଉନ ହଲ ପର୍ଯ୍ୟନ୍ତ ସାମିଲ ହୋଇଥିଲେ।

ଏହା ପରେ ସକାଳ ୧୧ ଘଟିକା ସମୟ ରେ ଜୟୀ ରାଜଗୁରୁ ଟାଉନ ହଲ ଠାରେ ଏକ ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ, ପ୍ରତିଯୋଗିତା ରେ ସଫଳ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ ଏବଂ ଡ୍ରଗ ମୃତ୍ୟୁ ତଥା ବେଆଇନ କାରବାର ବିରୁଦ୍ଧ ରେ ଆନ୍ତର୍ଜାତିୟ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ରୂପଶ୍ରୀରାଣୀ ଗୁମାନସିଂହ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ଜିଲ୍ଲା ଶିକ୍ଷାଧିକାରୀ ବିଶ୍ବନାଥ ତରାଇ ପ୍ରମୁଖ ଏହି ଉତ୍ସବ ରେ ଉପସ୍ଥିତ ଥିଲେ। ନିଜ ବକ୍ତବ୍ୟରେ ସେମାନେ ଯୁବ ପିଢୀଙ୍କୁ ଭ୍ରାନ୍ତ ଯୁବକ ଓ ନିଶାଖୋର ମାନଙ୍କ ଠାରୁ ଏବଂ ନିଶା ସେବନ ରୁ ନିବୃତ୍ତ ରହିବାକୁ ଅନୁରୋଧ କରିଥିଲେ।ଶେଷରେ ଧନ୍ୟବାଦ ସହ ସଭା ସାଙ୍ଗ କରାଯାଇଥିଲା।

ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Latest News

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026

ଶିଙ୍ଗଲ୍ସ କେବଳ ଚର୍ମ ରୋଗ ନୁହେଁ! ଷ୍ଟ୍ରୋକ୍ ଓ ହୃଦଘାତ ବିପଦ ସହ କ’ଣ ରହିଛି ସମ୍ପର୍କ?

October 5, 2026

ଅଷ୍ଟ୍ରେଲିଆ-ଏ’ ସିରିଜ୍‌ରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ, ସୂର୍ଯ୍ୟାଂଶଙ୍କୁ ସୁଯୋଗ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.