Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି।

ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର ଜରିଆରେ ଅବଗତ କରାଯାଇଛି। ସମ୍ବଲପୁର ଲୋକସଭା ସାଂସଦ ଭାବରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରକୁ ନୋଡାଲ ଜିଲ୍ଲା ଭାବରେ ଚୟନ କରିଛନ୍ତି। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଅନୁଗୋଳ ଏବଂ ଦେବଗଡ ଜିଲ୍ଲା ଆସୁଅଛି। ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେବ।

ଉଲ୍ଲେଖନୀୟ ଯେ, ଏମପିଲାଡ଼୍ କେନ୍ଦ୍ର ସରକାରଙ୍କର ଏକ ଯୋଜନା ଯାହାର ସଂପୂର୍ଣ୍ଣ ଅର୍ଥ ଭାରତ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥାଏ। ଏହି ଯୋଜନାର ଉଦ୍ଦେଶ୍ୟ ହେଲା, ସାଂସାଦମାନଙ୍କୁ ମୁଖ୍ୟତଃ ନିଜ ନିଜର ନିର୍ବାଚନ ମଣ୍ଡଳୀର ବିକାଶ କାର୍ଯ୍ୟକୁ ସୁପାରିଶ କରିବା ନିମନ୍ତେ ସକ୍ଷମ କରିବା। ଏହା ଅଧୀନରେ ପାନୀୟ ଜଳ, ପ୍ରାଥମିକ ଶିକ୍ଷା, ସାର୍ବଜନୀନ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଏବଂ ସଡ଼କ ଭିତ୍ତିଭୂମି ଇତ୍ୟାଦି କ୍ଷେତ୍ରରେ ତଥା ସାର୍ବଜନୀନ ଭିତ୍ତିଭୂମି ଉପରେ ବିଶେଷ ଭାବେ ଦୃଷ୍ଟି ଦିଆଯିବ।

ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସମ୍ମିଳନୀ ଅବସରରେ ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିଏମ ମୋଦୀ

September 12, 2026

ସୋଆରେ ଓଡ଼ିଶାର ଖାଦ୍ୟ ଐତିହ୍ୟ ଓ ପରଂପରାକୁ ନେଇ କୁଇଜ ପ୍ରତିଯୋଗିତା ଆୟୋଜିତ

September 12, 2026

ସ୍କୁଲରେ ଭିନ୍ନକ୍ଷମ ଛାତ୍ରୀଙ୍କୁ ମାଡ଼! ଶିକ୍ଷୟତ୍ରୀଙ୍କ ନାଁରେ ଥାନାରେ ଅଭିଯୋଗ

September 12, 2026

ବିକାଶର ବାସ୍ତବ ଚିତ୍ର: ଗର୍ଭବତୀଙ୍କ ପାଇଁ ଆମ୍ବୁଲାନ୍ସ ନୁହେଁ, ଭରସା ଖଟିଆ

September 12, 2026
Latest News

ବ୍ରିକ୍ସ ସମ୍ମିଳନୀ ଅବସରରେ ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିଏମ ମୋଦୀ

September 12, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ସୋଆରେ ଓଡ଼ିଶାର ଖାଦ୍ୟ ଐତିହ୍ୟ ଓ ପରଂପରାକୁ ନେଇ କୁଇଜ ପ୍ରତିଯୋଗିତା ଆୟୋଜିତ

September 12, 2026

ସ୍କୁଲରେ ଭିନ୍ନକ୍ଷମ ଛାତ୍ରୀଙ୍କୁ ମାଡ଼! ଶିକ୍ଷୟତ୍ରୀଙ୍କ ନାଁରେ ଥାନାରେ ଅଭିଯୋଗ

September 12, 2026

ବିକାଶର ବାସ୍ତବ ଚିତ୍ର: ଗର୍ଭବତୀଙ୍କ ପାଇଁ ଆମ୍ବୁଲାନ୍ସ ନୁହେଁ, ଭରସା ଖଟିଆ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.