Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସୋଆ ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଓ ଡାକ୍ତର ସମ୍ମାନିତ
ଆଜିର ଖବର

ଉତ୍ତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସୋଆ ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଓ ଡାକ୍ତର ସମ୍ମାନିତ

June 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାରା ଦେଶରେ ଉତ୍ତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିବା ସହ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଏବଂ ସେଠାରେ କାର୍ଯ୍ୟରତ ଡାକ୍ତର ମାନଙ୍କୁ ‘ଟାଇମ୍ସ ହେଲଥ ଆଇକନ୍ ଓଡ଼ିଶା ୨୦୨୪’ ସମ୍ମାନରେ ସମ୍ମାନିତ କରାଯାଇଛି।

ବୁଧବାର ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ ଫୁଲନଖରା କ୍ୟାମ୍ପସ ଏବଂ ଶୀତଳାପଲ୍ଲୀ କ୍ୟାମ୍ପସ୍‌କୁ ଏମର୍ଜିଂ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ସମ୍ମାନ ପ୍ରଦାନ କରାଯାଇଛି। ଫୁଲନଖରା କ୍ୟାମ୍ପସ ପକ୍ଷରୁ ହସ୍ପିଟାଲ୍‌ର ଲ୍ୟାବ୍ ନିର୍ଦ୍ଦେଶକ ତଥା ମୁଖ୍ୟ ପ୍ରଫେସର ଦେବାଶିଷ ସାହୁ ଏବଂ ପାଥୋଲୋଜି ବିଭାଗର ପ୍ରଫେସର ଡାକ୍ତର ସମନ୍ୱୟ ଗୋଛାୟତ ଓ ଶୀତଳାପଲ୍ଲୀ କ୍ୟାମ୍ପସର ନିର୍ଦ୍ଦେଶକ ଶ୍ରୀ ଦେବପ୍ରସାଦ ଦାଶ ବଲିଉଡ୍ ଅଭିନେତା ଅନିଲ କାପୁରଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ।

ସେହିପରି ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଆଇଏମ୍‌ଏସ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱର ଓ ଫୁଲନଖରା କ୍ୟାମ୍ପସର ୫ ଜଣ ଡାକ୍ତରଙ୍କୁ ସ୍ୱତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଥିଲା। ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ରେସ୍‌ପିରେଟୋରୀ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ବନାନୀ ଜେନାଙ୍କୁ ମେଡିକାଲ୍ ଏକ୍ସଲେନ୍ସ ଇନ୍ ପଲମୁନୋଲୋଜି, ରେଡିଓଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ସତ୍ୟସୁନ୍ଦର ଗଜେନ୍ଦ୍ର ମହାପାତ୍ରଙ୍କୁ ଏଗ୍‌ଜେମ୍ପଲାରୀ କଂଟ୍ରିବ୍ୟୁସନ୍ ଟୁ ରେଡିଓଲୋଜି, ପେଡିଆଟ୍ରିକ୍ ଅଙ୍କୋଲୋଜି ଆଣ୍ଡ ହେମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ସରୋଜ ପ୍ରସାଦ ପଣ୍ଡାଙ୍କୁ ପାଇଓନିୟରିଂ କ୍ଲିନିକାଲ୍ ଏକ୍ସଲେନ୍ସ ଇନ୍ ପେଡିଆଟ୍ରିକ୍ ହେମାଟୋ-ଅଙ୍କୋଲୋଜି , ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଗିରିଜା ନନ୍ଦିନୀ କାନୁନ୍‌ଗୋଙ୍କୁ ଗ୍ରାଉଣ୍ଡବ୍ରେକିଂ କଂଟ୍ରିବ୍ୟୁସନ୍ ଇନ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ଏବଂ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ (ଫୁଲନଖରା କ୍ୟାମ୍ପସ୍‌)ର ଡିନ୍ ତଥା ପେଡିଆଟ୍ରିକ୍ ବିଭାଗର ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁଙ୍କୁ କ୍ଲିନିକାଲ୍ ଏକ୍ସଲେନ୍ସ ଇନ୍ ପେଡିଆଟ୍ରିକ୍ସ ସମ୍ମାନ ପ୍ରଦାନ କରାଯାଇଛି। ସ୍ୱାସ୍ଥ୍ୟ ସେବା ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଡାକ୍ତରମାନଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ।

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନ୍ୟୁରୋସାଇନ୍‌ସେସ୍‌, ଏମର୍ଜେନ୍ସି ଆଣ୍ଡ ଟ୍ରମା କେୟାର, ଅବ୍‌ଷ୍ଟେଟ୍ରିକ୍ସ ଆଣ୍ଡ ଗାଏନାକୋଲୋଜି, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ଆଣ୍ଡ ହେପାଟୋଲୋଜି, ୟୁରୋଲୋଜି, ଅର୍ଥୋପେଡିକ୍ସ, ଡାଏବେଟୋଲୋଜି, ପ୍ଲାଷ୍ଟିକ୍ ସର୍ଜରୀ, ଡର୍ମାଟୋଲୋଜି ଏବଂ ଆଇଭିଏଫ୍ ଆଣ୍ଡ ଫର୍ଟିଲିଟି ବିଭାଗ ଗୁଡ଼ିକୁ ୧ ନମ୍ବର ବିଭାଗ ଭାବେ ସମ୍ମାନିତ କରାଯାଇଥିଲା।

ସେହିପରି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ଓ ଡେନ୍‌ଟିଷ୍ଟ୍ରିରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌କୁ ୧ ନମ୍ବର ହସ୍ପିଟାଲ ଭାବେ ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ସମ୍ମାନ ଗୁଡ଼ିକୁ ବଲିଉଡ୍ ତାରକା ଅନିଲ କାପୁର ପ୍ରଦାନ କରିଥିଲେ।

ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ଡିନ୍ ପ୍ରଫେସର ଡାକ୍ତର ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ଡାକ୍ତର ପୁଷ୍ପରାଜ ସାମନ୍ତସିଂହାର ଓ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ନୀତା ମହାନ୍ତି ଏହି ସମ୍ମାନ ଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ଉପ ମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମହାଲିଙ୍ଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ ବଲିଉଡ୍ ତାରକା ଅନିଲ କାପୁର।

ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Latest News

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.