Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଏ ସରକାର ଲୋକଙ୍କ ସରକାର। ସାଧାରଣ ଲୋକଙ୍କୁ ଉପଯୁକ୍ତ ସେବା ପ୍ରଦାନ ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ତେବେ ରାଜ୍ୟର ସାମଗି୍ରକ ବିକାଶ ପାଇଁ ପ୍ରସ୍ତୁତ ସବୁଯୋଜନା ବ୍ଲକ୍‌ ସ୍ତରରୁ ଆରମ୍ଭ ହେବା ଉଚିତ ବୋଲି ଆଇନ, ପୂର୍ତ୍ତ, ଅବକାରୀ ବିଭାଗ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଚିଲିକା ବ୍ଲକ୍‌ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରଥମ ସମୀକ୍ଷା ବୈଠକରେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି।

ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ଆଜି ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବା ସହ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବ୍ଲକ୍‌ ହେଉଛି ଏପରି ସ୍ଥାନ ଯେଉଁଠି ପ୍ରତ୍ୟେକ ଲୋକ ସରକାରୀ ସୁବିଧା ଓ ନ୍ୟାୟ ପାଇପାରିବେ। ତେଣୁ ଏଠାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ବେଶ୍‌ ଗୁରୁଦାୟିତ୍ୱ ରହିଛି। ତେଣୁ ଅଧିକାରୀ ଓ କର୍ମଚାରୀମାନେ ସେବାମନୋଭାବ ନେଇ ଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଛନ୍ତି। ସମସ୍ତ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣକାରୀ ଯୋଜନା, ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେବା ସହ ସାଧାରଣ ଲୋକଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରଣୟନ ନେଇ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏଥି ସହିତ ପ୍ରତି ତିନିମାସରେ ହେବାକୁ ଥିବା ସମୀକ୍ଷା ବୈଠକରେ କାର୍ଯ୍ୟକ୍ରମ ଏବଂ ଜାରି ରହିଥିବା ଯୋଜନାର ଅଗ୍ରଗତି ନେଇ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବ୍ଲକ୍‌ରେ ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମନ୍ତ୍ରୀ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଆଜିର ବୈଠକରେ ବ୍ଲକ୍‌ ଅଧ୍ୟକ୍ଷା ଜ୍ୟୋତ୍ସ୍ନାମୟୀ ବେହେରା, ଉପାଧ୍ୟକ୍ଷ ଅରୁଣ କୁମାର ପଟ୍ଟନାୟକଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବାଦଲ କୁମାର ମହାନ୍ତି, ବ୍ଲକ୍‌ ଉନ୍ନୟନ ଅଧିକାରୀ, ସ୍ଥାନୀୟ ତହସିଲଦାରଙ୍କ ସମେତ ସଂପୃକ୍ତ ସମସ୍ତ କ୍ଷେତ୍ର ଅଧିକାରୀ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ୍‌ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.