Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan on Ratnabhandar enumeration
Prithviraj Harichandan on Ratnabhandar enumeration

ପୁରୀ: ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ସର୍କିଟ ହାଉସ ଠାରେ ପହଞ୍ଚି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜିଲ୍ଲାପାଳ ଓ ଏସପି ଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁ ମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ବିଭିନ୍ନ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହା ପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥି ମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାର ଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁ ମାନେ ସୁବିଧାରେ ରହି ମହାପ୍ରଭୁ ଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।

ଗଣମାଧ୍ୟମ କୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ “ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ।”

ଏହି ପରିଦର୍ଶନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ କୁମାର ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

ପୁରୀ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.