Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାରେ ଜାଗୁଳାଇ ପାଟଣାର ରଥଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାରେ ଜାଗୁଳାଇ ପାଟଣାର ରଥଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ

June 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଜାଗୁଳାଇ ପାଟଣା ରଥଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦିନ ୧୧ ଘଟିକାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଦିପ୍ତି ରଞ୍ଜନ ସେଠୀ ଏହି ବୈଠକର ଅଧ୍ୟକ୍ଷତା କରିଥିଲେ।

ଏହି ବୈଠକରେ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସ୍ବାଗତ ଜଣାଇ ଉପଜିଲ୍ଲାପାଳ ପୂର୍ବବର୍ଷର ରଥଯାତ୍ରାରେ ସମ୍ମୁଖୀନ ହୋଇଥିବା ଅସୁବିଧାମାନଙ୍କ ବିଷୟରେ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଥିଲେ। ପୂର୍ବବର୍ଷର ପ୍ରସ୍ତୁତି ବୈଠକର ବିବରଣୀକୁ ପାଠ କରଯାଇ କାର୍ଯସୂଚୀ ଅନୁସାରେ ବୈଠକ ଚାଲୁ ରହିଥିଲା।

ପୂର୍ବବର୍ଷ ଭଳି ଏ ବର୍ଷ ମଧ୍ୟ ପ୍ରଥମେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପାଣି ଟାଙ୍କି ଯୋଗାଇଦେବାକୁ ଏବଂ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ୨ ଟ୍ୟାଙ୍କର ଯୋଗାଇ ଦେବାକୁ ଅନୁରୋଧ କରାଯାଇଥିବା ବେଳେ ସ୍ବଚ୍ଛତା ପାଇଁ ସରପଞ୍ଚଙ୍କୁ ଦାୟିତ୍ଵ ଦିଆଯାଇଛି।

ସ୍ବାସ୍ଥ୍ୟ ବିଭାଗକୁ ଫାଷ୍ଟ ଏଡ ସାହାଯ୍ୟ ଏବଂ ଏମ୍ବୁଲେନ୍ସ ଯୋଗାଇ ଦେବାକୁ ଅନୁରୋଧ କରାଗଲା। ରଥ କାରୁକାର୍ଯ୍ୟ ନିମ୍ନ ମାନର ହୋଇଥିବାରୁ PWD ଙ୍କୁ ତଦନ୍ତ କରିବାକୁ ପରାମର୍ଶ ଦିଆଯାଇଛି।

ଦୁର୍ଘଟଣା ଏଡାଇବା ପାଇଁ ସଜାଗ ରହିବାକୁ ବିଦ୍ୟୁତ ବିଭାଗ / ଅଗ୍ନିଶମ ବିଭାଗଙ୍କୁ ଅନୁରୋଧ କରାଯାଇଛି। ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୁଲିସ ବିଭାଗକୁ ଅନୁରୋଧ କରାଯାଇଛି।

ସ୍ବେଚ୍ଛାସେବୀ ଯୋଗାଇଦେବାକୁ ପି.ଏନ କଲେଜକୁ ଅନୁରୋଧ କରାଯାଇଛି। ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍କାଉଟ ଗାଇଡ ଯୋଗାଇ ଦେବାକୁ ଅନୁରୋଧ କରାଯାଇଛି।

ସଭାରେ ଆଶୁତୋଷ ମହାନ୍ତି PHEU, ବି.ଡି.ଓ ଖୋର୍ଦ୍ଧା କ୍ଷୀରାବ୍ଧି ତନୟା ସାହୁ, ହସ୍ପିଟାଲ ପରିଚାଳକ ଡଃ.ବିନୟ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ଶ୍ରୀମୟୀ ପ୍ରିୟଦର୍ଶିନୀ, ଜିଲ୍ଲା ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇ ସଭା ସାଙ୍ଗ କରାଗଲା।

RathYatra2024 ଖୋର୍ଦ୍ଧା ଜିଲ୍ଲା ଜାଗୁଳାଇ ପାଟଣା ପ୍ରସ୍ତୁତି ବୈଠକ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.