Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଚାଲୁରହିଥିବା ରେଳ ପ୍ରକଳ୍ପ ସମୀକ୍ଷା
ଆଜିର ଖବର

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଚାଲୁରହିଥିବା ରେଳ ପ୍ରକଳ୍ପ ସମୀକ୍ଷା

June 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ବନ୍ଧରେ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳ ମନ୍ତ୍ରୀ  ଅଶ୍ବିନୀ ବୈଷ୍ଣବ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଅଞ୍ଚଳରେ ଭିତ୍ତିଭୂମି ବିକାଶ ଏବଂ ନିର୍ମାଣ କାର୍ଯ୍ୟ ସମୟରେ ଉପୁଜୁଥିବା କେତେକ ପ୍ରମୁଖ ପ୍ରତିବନ୍ଧକର ସମାଧାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଚାଲିରହିଥିବା ରେଳ ପ୍ରକଳ୍ପଗୁଡିକରେ ସମସ୍ୟା କ୍ଷେତ୍ରଗୁଡିକ ଯଥା ଜମି ଅଧିଗ୍ରହଣ, ଜଙ୍ଗଲ ସମସ୍ୟା ଏବଂ ଆଇନ ଏବଂ ଶୃଙ୍ଖଳା ଇତ୍ୟାଦିର ସମାଧାନ ଉପରେ ଶ୍ରୀ ବୈଷ୍ଣବ ଗୁରୁତ୍ୱାରୋପ କରିଥିଲେ। ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନର ଶୀଘ୍ର ସମାପ୍ତି ପାଇଁ ଟନେଲ୍ ଗୁଡିକର ନିର୍ମାଣ କାର୍ଯ୍ୟ ଉଭୟ ପାର୍ଶ୍ୱରୁ କରାଯିବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।  ପ୍ରାୟ ସାତ କିଲୋମିଟର ଲମ୍ବର ପ୍ରମୁଖ ଟନେଲ ସହିତ ମାର୍ଗରେ ଜାତୀୟ ରାଜପଥକୁ ସଂଯୋଗ କରିବା ପାଇଁ ପଦକ୍ଷେପ ନିଆଯିବ, ଯାହାଫଳରେ ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପାଦନ କରାଯିବ। ଏହା ବ୍ୟତୀତ ତାଳଚେର-ବିମଳାଗଡ଼ ନୂଆ ରେଳ ଲାଇନରେ ନିର୍ମାଣ କାର୍ଯ୍ୟକୁ ଉଭୟ ପାର୍ଶ୍ୱରୁ, ଯଥା ତାଳଚେର ପାର୍ଶ୍ୱ ଏବଂ ବିମଳାଗଡ଼ ପାର୍ଶ୍ୱରୁ ସମ୍ପାଦନ କରାଯିବାକୁ ଏହି ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଅଛି।

ଏହା ବ୍ୟତୀତ ରେଳ ମନ୍ତ୍ରଣାଳୟ ନିକଟ ଭବିଷ୍ୟତରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଏକ ସମୀକ୍ଷା ବୈଠକ କରି ରାଜ୍ୟରେ ଚାଲୁରହିଥିବା ପ୍ରତ୍ୟକ ରେଳ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବାକୁ ରେଳ ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏଗୁଡିକ ବ୍ୟତୀତ, ଅମୃତ ଷ୍ଟେସନ ଗୁଡିକର ପୁନର୍ବିକାଶ କାର୍ଯ୍ୟ ପାଇଁ ବିଶେଷ ଧ୍ୟାନ ଦିଆଯାଇ ନିର୍ମାଣ କାର୍ଯ୍ୟ ପାଇଁ ଖୁବ୍ ଶୀଘ୍ର ସମୀକ୍ଷା କରାଯିବାକୁ ଶ୍ରୀ ବୈଷ୍ଣବ କହିଛନ୍ତି।

ମାନ୍ୟବର ପ୍ରଧାନମନ୍ତ୍ରୀ ଓଡିଶାକୁ ବିଶେଷ ଧ୍ୟାନ ଦେଉଛନ୍ତି ଏବଂ ରେଳବାଇ କ୍ଷେତ୍ରରେ ରାଜ୍ୟର ଭିତ୍ତିଭୂମି ବିକାଶ ପାଇଁ ଗତ ବଜେଟରେ 10536 କୋଟି ଟଙ୍କା ମଞ୍ଜୁର କରିଛନ୍ତି ଯାହା ସର୍ବୋତ୍ତମ ବଜେଟ୍ ବ୍ୟବସ୍ଥା। ରେଳ ନେଟୱର୍କରେ ଓଡିଶାର ସମସ୍ତ ଜିଲ୍ଲାକୁ ସଂଯୋଗ କରିବା ପାଇଁ ପଦକ୍ଷେପ ନିଆଯାଉଅଛି। ଗତ 10 ବର୍ଷ ମଧ୍ୟରେ ଓଡ଼ିଶାରେ 1826 ଟ୍ରାକ୍ କିଲୋମିଟର ରେଳ ଲାଇନ ନିର୍ମାଣ କରାଯାଇଛି ଯାହା ଶ୍ରୀଲଙ୍କାର ମୋଟ ରେଳ ନେଟୱାର୍କଠାରୁ ଅଧିକ ଅଟେ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ଗତ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ 450 କିଲୋମିଟର ରେଳ ଟ୍ରାକ ନିର୍ମାଣ କରିଥିଲା ବେଳେ ଚଳିତ ବର୍ଷ 500 କିଲୋମିଟର ରେଳ ଲାଇନ ନିର୍ମାଣ କରିବାକୁ ଲକ୍ଷ୍ୟଧାର୍ଯ୍ୟ ଦିଆଯାଇଛି। ଆର୍ଥିକ ଅଭିବୃଦ୍ଧି ଏବଂ ରେଳ ସଂଯୋଗ ପାଇଁ ଏହାର ଗୁରୁତ୍ୱକୁ ସୂଚାଇ ରେଳ ଲାଇନର ସମ୍ପ୍ରସାରଣ ପାଇଁ ପ୍ରାଥମିକତା ଦିଆଯାଇଛି ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ଏହି ସମୀକ୍ଷା ବୈଠକରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ, ଅତିରିକ୍ତ ମହାପ୍ରବନ୍ଧକ ମହେଶ କୁମାର ବେହେରା, ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ରେଳପଥ ମୁଖ୍ୟାଳୟର ବରିଷ୍ଠ ଅଧିକାରୀ, ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ୍ ଏସ ବାଜୱା ଏବଂ ଖୋର୍ଦ୍ଧା ରୋଡ଼ ମଣ୍ଡଳର ଅଧିକାରୀମାନେ ଯୋଗ ଦେଇଥିଲେ।

ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଏହି ସମୀକ୍ଷା ବୈଠକରେ ଓଡିଶାରେ ରେଳ ବିକାଶକୁ ତ୍ୱରାନ୍ୱିତ କରିବା, ପ୍ରକଳ୍ପର କାର୍ଯ୍ୟକାରିତା ସୁନିଶ୍ଚିତ କରିବା ଏବଂ ରେଳ ସେବାର ଗୁଣବତ୍ତା ବୃଦ୍ଧି ପାଇଁ ମନ୍ତ୍ରଣାଳୟର ପ୍ରତିବଦ୍ଧତାକୁ ଦର୍ଶାଯାଇଛି। ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶନାମା ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଭିତ୍ତିଭୂମି ଅଭିବୃଦ୍ଧି ଏବଂ କାର୍ଯ୍ୟକ୍ଷମ ଉତ୍କର୍ଷତାକୁ ଆଗକୁ ବୃଦ୍ଧି କରାଇବାକୁ ଲକ୍ଷ୍ୟ ରଖିଛି।

ଅଶ୍ୱିନୀ ବୈଷ୍ଣବ ରେଳ ଭିତ୍ତିଭୂମି
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026
Latest News

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ୟୁକ୍ରେନରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ୍ ସ୍ପିଡ୍ କମାଇଲେ ଏଲନ୍ ମସ୍କ

October 15, 2026

ଇସ୍ରାଏଲରେ ପାକିସ୍ତାନୀ ପାଇଲଟଙ୍କୁ ନୋ-ଏଣ୍ଟ୍ରି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.