Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେବେ ଖୋଲିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର?: ଆଇନମନ୍ତ୍ରୀ ଦେଲେ ଖୁସି ଖବର
ଆଜିର ଖବର

କେବେ ଖୋଲିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର?: ଆଇନମନ୍ତ୍ରୀ ଦେଲେ ଖୁସି ଖବର

July 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ପୂର୍ବ ସରକାର ସମୟରେ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବା ପାଇଁ ଅନେକ ଦାବି ହୋଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନଥିଲା। କିନ୍ତୁ କ୍ଷମତାକୁ ଆସିଲେ ରତ୍ନଭଣ୍ଡାର ଖୁବ ଶୀଘ୍ର ଖୋଲାଯାଇ ଗଣତି କରାଯିବ ବୋଲି ବିଜେପି ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ଏବେ ବିଜେପି ସରକାର ଗଠନ କରିସାରିଥିବା ବେଳେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ବଢିଛି।

ଯଦିବା ଏଏସଆଇ ର ଜଣେ ଅଧିକାରୀ ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲିବା ପାଇଁ ନିଷ୍ପତ୍ତି ହୋଇଥିବା ଘୋଷଣା କରିଥିଲେ। କିନ୍ତୁ ଏହାକୁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଖଣ୍ଡନ କରିବା ସହ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।

ତେବେ ଆଜି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏହା ଉପରେ ପରଦା ଉଠାଇଛନ୍ତି। ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ସରିଥିବା ବେଳେ ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଏତଦବ୍ୟତୀତ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ କୁହାଯାଉଛି ଏହା ଏକ ଗୁଜବ, ଏହି ଗୁଜବକୁ ଲୋକେ ବିଶ୍ବାସ ନକରନ୍ତୁ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିବେଦନ କରିଛନ୍ତିା

RathYatra2024 ଆଇନମନ୍ତ୍ରୀ ବିଜେପି ମହାପ୍ରଭୁ ଶ୍ରୀଜଗନ୍ନାଥ ରତ୍ନଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.