Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ଆୟୋଜିତ ହେବ ଗୃହପାଳିତ ପ୍ରାଣୀଙ୍କ ସଂଖ୍ୟା ଗଣନା ଉପରେ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଆଜିର ଖବର

ପୁରୀରେ ଆୟୋଜିତ ହେବ ଗୃହପାଳିତ ପ୍ରାଣୀଙ୍କ ସଂଖ୍ୟା ଗଣନା ଉପରେ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

July 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାଈ
ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଆରମ୍ଭ ହେଲା ଏକ ଅନନ୍ୟ ପ୍ରକଳ୍ପ

ଭୁବନେଶ୍ବର: ସଫ୍ଟୱେର ଓ ପ୍ରାଣୀଙ୍କ କିସମ ଉପରେ ଏକବିଂଶତମ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତାକାଲି ପୁରୀରେ ଆୟୋଜିତ ହେବ। ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରର ରାଜ୍ୟ ଓ ଜିଲ୍ଲାସ୍ତରୀୟ ନୋଡାଲ ଅଧିକାରୀମାନେ ଏଠାରେ ପ୍ରଶିକ୍ଷଣ ନେବେ। ସଫ୍ଟୱେର ବିଶେଷକରି ମୋବାଇଲ ଆପ୍ ଓ ଡ୍ୟାଶବୋର୍ଡ ଉପରେ ଏହି ତାଲିମ ଦିଆଯିବ।

ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ କେନ୍ଦ୍ର ମତ୍ସ୍ୟପାଳନ, ପ୍ରାଣୀ ସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ର ମନ୍ତ୍ରୀ ପ୍ରଫେସର ଏସ.ପି. ସିଂ ବାଘେଲ ଦୀକ୍ଷାନ୍ତ ଅଭିଭାଷଣ ରଖିବେ। ସେହିପରି ଓଡ଼ିଶା ସରକାରଙ୍କ ମତ୍ସ୍ୟପାଳନ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଧ୍ୟ କାର୍ଯ୍ୟକ୍ରମରେ ଅଭିଭାଷଣ ରଖିବେ। ଭାରତ ସରକାରଙ୍କ ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ସଚିବ ଅଳକା ଉପାଧ୍ୟାୟ, ଉପଦେଷ୍ଟା (ପରିସଂଖ୍ୟାନ) ଜଗତ ହଜାରିକା, ଆଇସିଏଆର-ଏନବିଏଜିଆର ନିର୍ଦ୍ଦେଶକ ଡକ୍ଟର ବି.ପି ମିଶ୍ର, ଓଡ଼ିଶା ସରକାରଙ୍କ ମତ୍ସ୍ୟପାଳନ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀ ସମ୍ପଦ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାମାଶିଷ ହାଜରା ପ୍ରମୁଖ ଉପସ୍ଥିତ ରହିବେ।

କାର୍ଯ୍ୟକ୍ରମରେ ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର କ୍ଷେତ୍ରରେ ବିଭିନ୍ନ କିସମର ଗୃହପାଳିତ ପ୍ରାଣୀଙ୍କ ଗଣନା ସମ୍ପର୍କରେ ତାଲିମ ଦିଆଯିବ। ଗୃହପାଳିତ ପ୍ରାଣୀଙ୍କ ଗଣନାର କେତେକ ବୈଷୟିକ ଦିଗ ଏବଂ ମୋବାଇଲ ଆପ୍ ଓ ଡ୍ୟାଶବୋର୍ଡର ଉପଯୋଗ ସମ୍ପର୍କରେ ମଧ୍ୟ ତାଲିମ ଦିଆଯିବ।

ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ପାଇଁ ଟଙ୍କା ନଦେବାରୁ ସ୍ତ୍ରୀକୁ ତେଣ୍ଟା ଭୁଷି ହତ୍ୟା!

September 6, 2026

ମହାନନ୍ଦା ଏକ୍ସପ୍ରେସ୍ ଲାଇନଚ୍ୟୁତ: ଅଳ୍ପକେ ଟଳିଲା ବଡ଼ ଟ୍ରେନ୍ ଦୁର୍ଘଟଣା

September 6, 2026

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ, ପ୍ରସିଦ୍ଧ କଣ୍ଠଶିଳ୍ପୀ ଶୁଭା ମୁଦଗଲ ଦର୍ଶକଙ୍କୁ କଲେ ମନ୍ତ୍ରମୁଗ୍ଧ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026
Latest News

ମଦ ପାଇଁ ଟଙ୍କା ନଦେବାରୁ ସ୍ତ୍ରୀକୁ ତେଣ୍ଟା ଭୁଷି ହତ୍ୟା!

September 6, 2026

ମହାନନ୍ଦା ଏକ୍ସପ୍ରେସ୍ ଲାଇନଚ୍ୟୁତ: ଅଳ୍ପକେ ଟଳିଲା ବଡ଼ ଟ୍ରେନ୍ ଦୁର୍ଘଟଣା

September 6, 2026

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ, ପ୍ରସିଦ୍ଧ କଣ୍ଠଶିଳ୍ପୀ ଶୁଭା ମୁଦଗଲ ଦର୍ଶକଙ୍କୁ କଲେ ମନ୍ତ୍ରମୁଗ୍ଧ

September 6, 2026

ତ୍ୱଚାରୁ ଚମକ ହଜିଯାଇଛି କି? ଘରେ ତିଆରି କରନ୍ତୁ କାକୁଡ଼ି ଫେସ୍ ମିଷ୍ଟ

September 6, 2026

ସେପ୍ଟେମ୍ବର ୭ ରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ ଗୃହମନ୍ତ୍ରୀ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.