Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

July 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ କଲ୍‌ ପାଇ କଥା ହୋଇଛନ୍ତି।

ଭାରତରେ ସାଧାରଣ ନିର୍ବାଚନରେ ପୁନଃ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଲକ୍ସନ୍ ଶୁଭେଚ୍ଛା ଜଣାଇଥିଲେ।

ଭାରତ – ନ୍ୟୁଜିଲାଣ୍ଡ ସମ୍ପର୍କ ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନସାଧାରଣଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଉପରେ ଆଧାରିତ ବୋଲି ଉଲ୍ଲେଖ କରି ଉଭୟ ନେତା ଆଗାମୀ ବର୍ଷ ଗୁଡ଼ିକରେ ଦ୍ୱିପାକ୍ଷିକ ସହଯୋଗକୁ ନୂତନ ଉଚ୍ଚତାରେ ପହଞ୍ଚାଇବା ପାଇଁ ସେମାନଙ୍କର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ଦୁଇ ପକ୍ଷ ମଧ୍ୟରେ ନିକଟରେ ହୋଇଥିବା ଉଚ୍ଚସ୍ତରୀୟ ଯୋଗାଯୋଗ ଦ୍ୱାରା ସୃଷ୍ଟି ହୋଇଥିବା ପ୍ରଗତି ଉପରେ ଆଲୋକପାତ କରି ସେମାନେ ବାଣିଜ୍ୟ ଏବଂ ଆର୍ଥିକ ସହଯୋଗ, ପ୍ରାଣୀସମ୍ପଦ, ଔଷଧ, ଶିକ୍ଷା, ମହାକାଶ ସମେତ ବିଭିନ୍ନ କ୍ଷେତ୍ରରେ ପାରସ୍ପରିକ ଲାଭଦାୟକ ଦ୍ୱିପାକ୍ଷିକ ସହଯୋଗକୁ ଆଗେଇ ନେବାକୁ ସହମତ ହୋଇଥିଲେ।

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କ ହିତରକ୍ଷା ପ୍ରତି ଯତ୍ନବାନ ନେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଧନ୍ୟବାଦ ଜଣାଇଥିଲେ। ସେମାନଙ୍କ ସୁରକ୍ଷା ଏବଂ କଲ୍ୟାଣ ଦିଗରେ ନିରନ୍ତର ପ୍ରୟାସ ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ସନ୍ ପ୍ରତିଶ୍ରୁତି ଦେଇଥିଲେ।

ଦୁଇ ନେତା ପରସ୍ପର ସହ ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଥିଲେ।

ଦ୍ୱିପାକ୍ଷିକ ସମ୍ପର୍କ ନରେନ୍ଦ୍ର ମୋଦୀ ନ୍ୟୁଜିଲାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.