Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁବାଇ ବିମାନବନ୍ଦରରେ ଗିରଫ ହେଲେ ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନ
ଆଜିର ଖବର

ଦୁବାଇ ବିମାନବନ୍ଦରରେ ଗିରଫ ହେଲେ ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନ

July 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନଙ୍କୁ ଦୁବାଇ ବିମାନବନ୍ଦରରେ ପୋଲିସ ଗିରଫ କରିଛି। ତାଙ୍କ ପୂର୍ବତନ ମ୍ୟାନେଜର ସଲମାନ ଅହମ୍ମଦ ତାଙ୍କ ବିରୋଧରେ ମାମଲା ଦାୟର କରିଛନ୍ତି। ରାହତ ତାଙ୍କ ସଙ୍ଗୀତ ପ୍ରଦର୍ଶନ ପାଇଁ ଦୁବାଇ ଯାଇଥିଲେ।

ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ରାହତ ଫତେହ ଅଲି ଖାନଙ୍କ ପୂର୍ବତନ ମ୍ୟାନେଜର ସଲମାନ ଅହମ୍ମଦ ଏହି ଗାୟକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ଦୁବାଇ ବିମାନବନ୍ଦରରେ ଗିରଫ କରାଯାଇଛି। ଏହା ମଧ୍ୟ କୁହାଯାଉଛି ଯେ, ରାହତ ଫତେହ ଅଲି ଖାନଙ୍କୁ ୟୁଏଇରେ ରହିବା ସମୟରେ ବୁର୍ଜ ଦୁବାଇ ପୋଲିସ ଷ୍ଟେସନରେ ଅଟକ ରଖାଯାଇଥିଲା।

ପ୍ରକାଶ ଯେ, ଦୀର୍ଘ ଦିନ ଧରି ରାହତ ଫତେହ ଅଲି ଖାନ ଏବଂ ତାଙ୍କ ପୂର୍ବତନ ମ୍ୟାନେଜର ସଲମାନ ଅହମ୍ମଦଙ୍କ ମଧ୍ୟରେ ତିକ୍ତତା ଚାଲିଛି। ଦୁବାଇ ତଥା ଅନ୍ୟାନ୍ୟ ସହରରେ ଗାୟକଙ୍କ ବିରୋଧରେ ସଲମାନ ଅହମ୍ମଦ ମାମଲା ଦାୟର କରିଛନ୍ତି।

ଏହା ପୂର୍ବରୁ ଫେଡେରାଲ ଇନଭେଷ୍ଟିଗେସନ୍ ଏଜେନ୍ସି (ଏଫଆଇଏ) ରାହତ ଫତେହ ଅଲି ଖାନଙ୍କ ଉପରେ କଟକଣା ଲଗାଇଥିଲା। ୧୨ ବର୍ଷ ମଧ୍ୟରେ ସ୍ଥାନୀୟ ତଥା ଆନ୍ତର୍ଜାତୀୟ ସଂଗୀତ କନ୍ସର୍ଟରୁ ରାହତ ପ୍ରାୟ ୮୦ ଲକ୍ଷ ଟଙ୍କା ରୋଜଗାର କରିଥିବା ଅଭିଯୋଗ ହୋଇଥିଲା। ଏଭଳି ପରିସ୍ଥିତିରେ ଗାୟକଙ୍କ ବିରୋଧରେ ଅର୍ଥ ହେରଫେର ତଥା ଟିକସ ଫାଙ୍କିବା ଅଭିଯୋଗର ଏଜେନ୍ସି ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Latest News

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.