
ନୂଆଦିଲ୍ଲୀ: ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଲୋକ ଥିଲେ। ଗଣମାଧ୍ୟମ ଅନୁଯାୟୀ, ଆଜି କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିବା ପରେ ସୌର୍ଯ୍ୟ ଏୟାରଲାଇନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ସକାଳ ପ୍ରାୟ ୧୧ ଟା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୋଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ କରୁଛନ୍ତି। ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳରେ ଧୂଆଁ ବ୍ୟାପୀ ଯାଇଛି।