Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବର୍ଷ ପୂରିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳ
ଆଜିର ଖବର

ଦୁଇ ବର୍ଷ ପୂରିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳ

July 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ
ଗତ ଦଶନ୍ଧିରେ ଦେଶ ଦ୍ରୁତ ପ୍ରଗତି କରିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୫ରେ ରାଷ୍ଟ୍ରପତି ଭବନରେ ନିଜ କାର୍ଯ୍ୟକାଳର ଦୁଇ ବର୍ଷ ପୂରଣ କରିଛନ୍ତି।

କାର୍ଯ୍ୟକାଳର ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷୟିତ୍ରୀ ଭୂମିକା ନିର୍ବାହ କରିଥିଲେ। ରାଷ୍ଟ୍ରପତି ଭବନରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ସଂକ୍ଷିପ୍ତ କିନ୍ତୁ ସାରଗର୍ଭକ ମତ ବିନିମୟ କାର୍ଯ୍ୟକ୍ରମରେ ସେ ପ୍ରକୃତି ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଶିକ୍ଷା ଦେଇଥିଲେ। ନିଜ ପିଲାଦିନ କଥା ମନେ ପକାଇ, ରାଷ୍ଟ୍ରପତି ଉଦ୍ଭିଦ ଓ ପ୍ରାଣୀମାନଙ୍କର ଯତ୍ନ ନେବାରେ ତାଙ୍କର ଅନୁଭୂତି ବାଣ୍ଟିଥିଲେ । ଛାତ୍ରଛାତ୍ରୀ ଉତ୍ସାହର ସହ ମତ ରଖିବା ସହ ଅନେକ ପରାମର୍ଶ ମଧ୍ୟ ଦେଇଥିଲେ।

ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିଥିଲେ ଯେଉଁଥିରେ ଅନ୍ତର୍ଭୁକ୍ତ ଥିଲା:

୧. ପୁନଃବିକଶିତ ଶିବ ମନ୍ଦିରର ଉଦଘାଟନ।

୨. ପ୍ରଣବ ମୁଖାର୍ଜୀ ସାର୍ବଜନୀନ ପାଠାଗାର ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାଷ୍ଟ୍ରପତି ଭବନ ପାଠାଗାରର ପୁରୁଣା ଓ ବିରଳ ପୁସ୍ତକର ଡିଜିଟାଲ ସଂସ୍କରଣ ଦେଖିଥିଲେ।

୩. ଦକ୍ଷତା ବିକାଶ ଓ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ଉପସ୍ଥିତିରେ ଏକ ସ୍କିଲ୍ ଇଣ୍ଡିଆ କେନ୍ଦ୍ରର ଉଦଘାଟନ କରିଥିଲେ।

୪. ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର କ୍ରୀଡ଼ା ପଡ଼ିଆରେ କ୍ରିକେଟ ପାଭିଲିୟନ ଉଦଘାଟନ।

୫. ସିନ୍ଥେଟିକ୍ ଓ ଘାସ ଟେନିସ୍ କୋର୍ଟର ଉଦଘାଟନ।

6. ରାଷ୍ଟ୍ରପତି ଭବନରେ ଇ-ଉପହାର, ଆରବି ଆପ୍, ଇ-ପୁସ୍ତକ – ରାଷ୍ଟ୍ରପତି ପଦବୀରେ ଗତ ଏକ ବର୍ଷର ଝଲକ (ଲିଙ୍କ୍ https://rb.nic.in/ebook.htm ) ଏବଂ ଅନ୍ୟାନ୍ୟ ଡିଜିଟାଲ ପ୍ରୟାସର ସଂକଳନକୁ ଉନ୍ମୋଚନ କରିଥିଲେ।

ବିଭିନ୍ନ ଡିଜିଟାଲ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ସଂକ୍ଷିପ୍ତ ବକ୍ତବ୍ୟରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନରେ କରାଯାଇଥିବା ଡିଜିଟାଲକରଣ କାର୍ଯ୍ୟକୁ ପ୍ରଶଂସା କରିବା ସହ ଏହା ସୁବିଧା, ଗତି, ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱ ବୃଦ୍ଧି କରିବ ବୋଲି କହିଥିଲେ।

ସମାଜର ସବୁ ବର୍ଗ, ବିଶେଷ କରି ବଞ୍ଚିତ ଓ ପଛୁଆ ବର୍ଗଙ୍କ ବିକାଶ ପାଇଁ ଆମେ ସର୍ବଦା ଉଦ୍ୟମ କରିବା ଉଚିତ ବୋଲି ରାଷ୍ଟ୍ରପତି କହିଥିଲେ। ଗତ ଦୁଇ ବର୍ଷ ମଧ୍ୟରେ ଏଭଳି ଅନେକ ନିଷ୍ପତ୍ତି ନିଆଯାଇଛି ଯାହା ରାଷ୍ଟ୍ରପତି ଭବନ ସହିତ ସାଧାରଣ ଲୋକଙ୍କ ସଂପୃକ୍ତିକୁ ବଢ଼ାଇଛି ବୋଲି ସେ ଖୁସି ବ୍ୟକ୍ତ କରିଛନ୍ତି।

ରାଷ୍ଟ୍ରପତି ଭବନରେ ପଠନ ସଂସ୍କୃତି ଓ କ୍ରୀଡ଼ା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ନିରନ୍ତର ପ୍ରୟାସକୁ ମଧ୍ୟ ରାଷ୍ଟ୍ରପତି ପ୍ରଶଂସା କରିଥିଲେ।

Draupadi Murmu newdelhi ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.