Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ସପ୍ତାହର ଷଷ୍ଠ ଦିବସ: ବିଦ୍ୟାଳୟରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ
ଆଜିର ଖବର

ଶିକ୍ଷା ସପ୍ତାହର ଷଷ୍ଠ ଦିବସ: ବିଦ୍ୟାଳୟରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

July 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ‘ଶିକ୍ଷା ସପ୍ତାହ’ର ଷଷ୍ଠ ଦିବସ ‘ମିଶନ ଲାଇଫ ପାଇଁ ଇକୋ କ୍ଲବ’, ‘ମା’ ପାଇଁ ଗଛଟିଏ’ ଭାବେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ଭାବେ ଗୌରାଙ୍ଗପୁର କ୍ଲଷ୍ଟର ସାଧନ କେନ୍ଦ୍ର କର୍ମୀ ସୁଧାକର ମିଶ୍ର, ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ସମ୍ମାନିତ ଅତିଥି ଭାବେ ପରିଚାଳନା କମିଟି ଉପସଭାପତି ପୁଷ୍ପଲତା ପ୍ରଧାନ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, ସୀତା ପ୍ରଧାନ, ଚାରୁଲତା ରାଉତ୍ତରାୟ, ଶାନ୍ତିଲତା ସାହୁ, ସଂଯୁକ୍ତା ସାଦୁଳା ସିଂହ, ବିଳାସିନୀ ପ୍ରଧାନ, ସୁମିତ୍ରା ଜେନା, ସକୁନ୍ତଳା ଇନ୍ଦ୍ରଜିତ, ସଂଜିତା ମାଝୀ, ରୀନା ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଏକ ସଭାକାର୍ଯ୍ୟ ଆୟୋଜନ କରାଯାଇ ଏଥିରେ ଇକୋ କ୍ଲବର ଗଠନ, କାର୍ଯ୍ୟ ଓ ଏହାର ଭୂମିକା ଉପରେ ଆଲୋଚନା କରାଯାଇ ପରିବେଶ ସଚେତନତା ସୃଷ୍ଟି କରାଯାଇଥିଲା। “ମା ପାଇଁ ଗଛଟିଏ” ଶୀର୍ଷକ ଉପରେ କବିତା ପାଠ କରାଯାଇଥିଲା।

ଶେଷରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମା’ ମାନେ ବିଦ୍ୟାଳୟରେ ବିଭିନ୍ନ ଗଛ ଲଗାଇ ଥିଲେ। ଏହି ଗଛର ରକ୍ଷଣା ବେକ୍ଷଣା ଦାୟିତ୍ୱ ବିଦ୍ୟାଳୟରେ ପଢ଼ୁଥୁବା ମା’ ମାନଙ୍କ ପୁଅଝିଙ୍କୁ ଦିଆଯାଇଥିଲା। ସହକାରୀ ଶିକ୍ଷକ ଦିଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।  କାର୍ଯ୍ୟକ୍ରମ ପରିଚାଳନାରେ ପରିଚାଳନା କମିଟି ସଦସ୍ୟସଦସ୍ୟାଙ୍କ ସମେତ ମୋ ସ୍କୁଲ ସଭାପତି ଗଣେଶ୍ୱର ପ୍ରଧାନ, ମାଧବ ପ୍ରଧାନ, ପାଚିକା ଅହଲ୍ୟା ଦେଇ, ଯଦୁମଣି ବିଶ୍ୱାଳ ପ୍ରମୁଖ ସହଯୋଗ କରିଥିଲେ।

ସେହିପରି ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ବିଭିନ୍ନ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ସହଯୋଗରେ ନରସିଂହପୁର ମଧ୍ୟ ଇଁରାଜୀ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସେହିପରି ସାମନ୍ତରାପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ, ନିହାଲପ୍ରସାଦ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ, ନାଟିମି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟ, ବ୍ରଜବଲଭପୁର ପ୍ରାଥମିକ ବିଦ୍ୟାଳୟ, ହଂସରା ପ୍ରାଥମିକ ବିଦ୍ୟାଳୟ, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ମା ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ବକ୍ତୃତା ପ୍ରତିଯୋଗିତା କରାଯାଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା।

'ମା ପାଇଁ ଗଛଟିଏ' ରଣପୁର ଶିକ୍ଷା ସପ୍ତାହ ଷଷ୍ଠ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.