Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟାଳୟରେ ପ୍ରତିଷ୍ଠା ଦିବସ ପାଳିତ: ମୁକ୍ତ ମଞ୍ଚର ଉଦଘାଟନ କଲେ ବାଚସ୍ପତି
ଆଜିର ଖବର

ବିଦ୍ୟାଳୟରେ ପ୍ରତିଷ୍ଠା ଦିବସ ପାଳିତ: ମୁକ୍ତ ମଞ୍ଚର ଉଦଘାଟନ କଲେ ବାଚସ୍ପତି

August 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ବ୍ରଜରାଜପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ସହ ନବ ନିର୍ମିତ ଏକ ମୁକ୍ତ ମଞ୍ଚର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ନୟାଗଡ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ, ନୟାଗଡ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନୟାଗଡ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ପଣ୍ଡା, ରଣପୁର ବିଡ଼ିଓ ସୁଧୀର କୁମାର ନାୟକ, ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସମାଜସେବୀ ବିଶ୍ୱବିହାରୀ ପଟ୍ଟନାୟକ, ଚାଟାଡ଼ ଆକାଉଣ୍ଟାଟ ମନୋଜ କୁମାର ମହାପାତ୍ର, ନାଲକୋ ପ୍ରାକ୍ତନ ଜେନେରାଲ ମ୍ୟାନେଜର ପ୍ରଦୀପ କୁମାର ମହାନ୍ତି, ପୂର୍ବତନ ଆୟକର ଅଧିକାରୀ ଭାଗିରଥି ସାହୁ, ପ୍ରତିଷ୍ଠାତା ସଦସ୍ୟ ନାରାୟଣ ପରିଡା, ଶିକ୍ଷବିତ ଉମାକାନ୍ତ ମହାପାତ୍ର, ଜୟନ୍ତ କୁମାର ପରିଡା, ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ପ୍ରଥମେ ବାଚସ୍ପତିଙ୍କ ସମେତ ସମସ୍ତ ନିମନ୍ତ୍ରିତ ଅତିଥି ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ। ଏହା ପରେ ବିଦ୍ୟାଳୟର ପୁରାତନ ଛାତ୍ର ତଥା ସମାଜସେବୀ ବିଶ୍ୱବିହାରୀ ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ମୁକ୍ତ ମଞ୍ଚର ଉଦଘାଟନ ମାନ୍ୟବର ବାଚସ୍ପତିଙ୍କ କରକମଳରେ ଉଦଘାଟିତ ହୋଇଥିଲା। ଏହା ପରେ ଏକ ସଭାକାର୍ଯ୍ୟର ଆୟୋଜନ କରାଯାଇଥିଲା। ପ୍ରଥମେ ସମସ୍ତ ଅତିଥି ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୁଷ୍ପ ଓ ଧୂପ ପ୍ରଦାନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ।

ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ। ଶିକ୍ଷକ ମଦନ ମୋହନ ବେହେରା ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ। ଶିକ୍ଷୟିତ୍ରୀ ରାଜଶ୍ରୀ ପ୍ରଧାନ କୃତି ଛାତ୍ରଛାତ୍ରୀଙ୍କ ନାମ ଘୋଷଣା କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଣଜିତ ପଟ୍ଟନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ।

ବାଚସ୍ପତି ନିଜ ବକ୍ତବ୍ୟରେ ପିଲାମାନଙ୍କୁ ବିଭିନ୍ନ ମହାପୁରୁଷ, ପୌରାଣିକ କଥାବସ୍ତୁ ମାଧ୍ୟମରେ ଉତ୍ତମ ଚରିତ୍ର ଗଠନ ନିମନ୍ତେ ପରାମର୍ଶ ଦେଇଥିଲେ। ଏହା ସହ ପରିବେଶ ସୁରକ୍ଷା ବିଷୟରେ ମଧ୍ୟ ପିଲାମାନଙ୍କୁ ବିଭିନ୍ନ କଥା ବୁଝାଇ ବିଶ୍ଵତାପନ ହ୍ରାସ ପାଇଁ ସଚେତନତା ସୃଷ୍ଟି କରିଥିଲେ।

ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟିର ସମସ୍ତ ସଦସ୍ୟସଦସ୍ୟା ଏବଂ ଗ୍ରାମର ଗ୍ରାମବାସୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ରଣପୁର ବ୍ଲକ ସୁରମା ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026
Latest News

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.