Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ମହାତ୍ମା ଗାନ୍ଧୀ ମାର୍ଗରେ ହେବ ସ୍ବାଧୀନତା ଦିବସ, ମୁଖ୍ୟମନ୍ତ୍ରୀ ନେଲେ ସମୀକ୍ଷା ବୈଠକ
ଆଜିର ଖବର

ପୁଣି ମହାତ୍ମା ଗାନ୍ଧୀ ମାର୍ଗରେ ହେବ ସ୍ବାଧୀନତା ଦିବସ, ମୁଖ୍ୟମନ୍ତ୍ରୀ ନେଲେ ସମୀକ୍ଷା ବୈଠକ

August 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଣି ମହାତ୍ମା ଗାନ୍ଧୀ ମାର୍ଗରେ ହେବ ସ୍ବାଧୀନତା ଦିବସ, ମୁଖ୍ୟମନ୍ତ୍ରୀ ନେଲେ ସମୀକ୍ଷା ବୈଠକ

ଭୁବନେଶ୍ବର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀମତୀ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ସ୍ବାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026
Latest News

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.