Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଡା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଯୋଡା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୋଡା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସକାଳେ କେନ୍ଦୁଝର ଜିଲ୍ଲା ଯୋଡା ଡି.ଏ.ଭି. ସ୍କୁଲ ନିକଟରେ ଏକ ଅଜଣା ଟ୍ରକ ଧକ୍କାରେ ଦୁଇ ଜଣ ଛାତ୍ରଙ୍କ ସମେତ ଜଣେ ଅଭିଭାବକଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ ଯୋଡା ଆଜାଦ୍‌ ବସ୍ତିର କ୍ରିଷ୍ଣା ଭୁଷାଲ, ଷ୍ଟାଣ୍ଡାର୍ଡ ୧ ରେ ପଢୁଥିବା ତାଙ୍କ ପୁଅ ନିକିତ ଭୁଷାଲ ଓ ତାଙ୍କ ପୁଅର ସହପାଠୀ ଗଣେଶ ଶର୍ମାଙ୍କୁ ମଟର ସାଇକେଲରେ ସ୍କୁଲ ଛାଡିବାକୁ ଯିବା ସମୟରେ ଦୁର୍ଘଟଣା ଘଟିଥିଲା।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପାଇଁ ତୁରନ୍ତ ୩୦ ହଜାର ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଛି।

ଏଥି ସହିତ ହିଟ୍‌ ଆଣ୍ଡ ରନ୍ କେସ୍ ସୋଲାସିୟମ ସ୍କିମରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ବ୍ୟବସ୍ଥା କରାଯାଇଛି।

ମୃତ କ୍ରିଷ୍ଣା ଭୁଷାଲଙ୍କ ଅନ୍ୟତମ ପୁଅ ନିସାଲ ଭୁଷାଲଙ୍କୁ ଟାଟା ଡି.ଏ.ଭି. ସ୍କୁଲରେ ମାଗଣା ପାଠ ପଢାଇବାର ବ୍ୟବସ୍ଥା କରାଯାଇଛି। ଏଥି ସହିତ ମୃତ ଗଣେଶ ଶର୍ମାଙ୍କ ଭାଇ ଆଦିତ୍ୟ ଶର୍ମାଙ୍କୁ ଟାଟା ଡି.ଏ.ଭି.ରେ ମଧ୍ୟ ମାଗଣା ପାଠ ପଢାଇବାର ବ୍ୟବସ୍ଥା କରାଯାଇଛି।

କେନ୍ଦୁଝର ଯୋଡା ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026

ବିହାର ଏମଏଲସି ନିର୍ବାଚନ: ସମସ୍ତ ୧୦ ପ୍ରାର୍ଥୀ ନିର୍ବିରୋଧରେ ବିଜୟୀ

June 11, 2026

ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ କରିବ କଟକ-ଭଦ୍ରକ-କଟକ ମେମୁ ଟ୍ରେନ୍ ସେବା

June 11, 2026
Latest News

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026

ବିହାର ଏମଏଲସି ନିର୍ବାଚନ: ସମସ୍ତ ୧୦ ପ୍ରାର୍ଥୀ ନିର୍ବିରୋଧରେ ବିଜୟୀ

June 11, 2026

ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ କରିବ କଟକ-ଭଦ୍ରକ-କଟକ ମେମୁ ଟ୍ରେନ୍ ସେବା

June 11, 2026

ସିଲିଣ୍ଡର ବିତରଣ ନାମରେ ନୂଆ ଠକେଇ: ମାର୍ଗଦର୍ଶିକା ଜାରି କଲେ ଗ୍ୟାସ୍ କମ୍ପାନୀ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.