Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରର ୭୩ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି ସୁଯୋଗ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରର ୭୩ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି ସୁଯୋଗ

August 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି କ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଟାଟା ଷ୍ଟିଲ ଟେକନିକାଲ ସର୍ଭିସେସ୍‌ ପକ୍ଷରୁ ହୋଇଥିବା ପ୍ଲେସମେଣ୍ଟ ଇଣ୍ଟରଭିଉ କାର୍ଯ୍ୟକ୍ରମରେ ୨୦୨୩-୨୪ ବ୍ୟାଚର ୭୩ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ସୁଯୋଗ ପାଇଛନ୍ତି।

ଏହି ପ୍ଲେସମେଣ୍ଟ ଇଣ୍ଟରଭିଉ କାର୍ଯ୍ୟକ୍ରମରେ ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ବିଭାଗର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ। ସେଥିମଧ୍ୟରୁ ମେକାଟ୍ରୋନିକ୍ସର ୨୭, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନର ୯ ଏବଂ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସର ୩୭ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ପାଇଛନ୍ତି।

ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନେ ଦେଶର ବିଭିନ୍ନ ସ୍ଥାନରେ କାମ କରିବାର ସୁଯୋଗ ପାଇବେ। ଏଥିପାଇଁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଏହି ସୁଯୋଗ ଲାଗି ସେମାନେ ରାଜ୍ୟ ସରକାର ଓ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ରଶ୍ମିତା ପଣ୍ଡା ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ପକ୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ‘ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଓ ‘ସ୍କୁଲ ଅଫ୍‌ ସର୍ଭିସେସ୍‌’ ବିଭାଗ ଅଧୀନରେ ମୋଟ ୭ଟି ପାଠ୍ୟକ୍ରମରେ ଓଡ଼ିଶାର ଯୁବପିଢ଼ିଙ୍କୁ ଫିନିସିଂ ସ୍କୁଲ ମଡେଲରେ ତାଲିମ ଦିଆଯାଇ ସେମାନଙ୍କୁ ଶିଳ୍ପ ଉପଯୋଗୀ କରାଯାଉଛି।

ଏହି କେନ୍ଦ୍ରରେ ତାଲିମ ପାଠ୍ୟକ୍ରମ ଶେଷ କରିବା ପରେ ଛାତ୍ରଛାତ୍ରୀଙ୍କୁ ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥାରେ ନିଯୁକ୍ତି ସୁଯୋଗ ଦେବା ଲାଗି ପ୍ରତିବର୍ଷ ପ୍ଲେସମେଣ୍ଟ କାର୍ଯ୍ୟକ୍ରମ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏବେ ୨୦୨୪-୨୫ ଶିକ୍ଷାବର୍ଷର ସେପ୍ଟେମ୍ବର ସେସନରେ ନାମଲେଖା ଲାଗି ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ଓଡ଼ିଶାର ଆଗ୍ରହୀ ପ୍ରାର୍ଥୀମାନେ କେନ୍ଦ୍ରର ୱେବସାଇଟରେ www.worldskillcenter.org ପ୍ରଥମେ ପଞ୍ଜୀକରଣ କରିବା ପରେ ଆବେଦନ କରିପାରିବେ।

‘ସ୍କୁଲ ଅଫ୍‌ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ଥିବା ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଆବେଦନ ଲାଗି ଶେଷ ତାରିଖ ଅଗଷ୍ଟ ୩୦ ରହିଛି। ସେହିପରି ‘ସ୍କୁଲ ଅଫ୍‌ ସର୍ଭିସେସ୍‌’ ପାଇଁ ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୧୦। ନାମଲେଖା ବିଷୟରେ ଅଧିକ ସୂଚନା ପାଇଁ ପ୍ରାର୍ଥୀ ୧୮୦୦ ୨୬୬ ୬୦୦୨ରେ ଯୋଗାଯୋଗ କରିପାରିବେ।

bhubaneswar Tata Steel ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମା’ର ଟାଙ୍ଗିଆ ଚୋଟରେ ଗଲା ପୁଅଝିଅଙ୍କ ଜୀବନ

April 12, 2026

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026
Latest News

ମା’ର ଟାଙ୍ଗିଆ ଚୋଟରେ ଗଲା ପୁଅଝିଅଙ୍କ ଜୀବନ

April 12, 2026

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.