
ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶ୍ରୀ ମୋଦୀ ମଧ୍ୟ ଭାରତ ଛାଡ଼ ଆନ୍ଦୋଳନର ଏକ ଭିଡିଓ ସେୟାର କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;
“ବାପୁଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସମସ୍ତ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି। ଏହା ବାସ୍ତବରେ ଆମ ସ୍ୱାଧୀନତା ସଂଗ୍ରାମରେ ଥିଲା ଐତିହାସିକ କ୍ଷଣ।”