Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ସବୁ ପ୍ରକାର ସହାୟତା ଓ ରିଲିଫ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ସହ ଠିଆ ହୋଇଛି କେନ୍ଦ୍ର’’: ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

‘ସବୁ ପ୍ରକାର ସହାୟତା ଓ ରିଲିଫ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ସହ ଠିଆ ହୋଇଛି କେନ୍ଦ୍ର’’: ପ୍ରଧାନମନ୍ତ୍ରୀ ମୋଦୀ

August 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ୱାୟନାଡରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କ ପାଇଁ ଆମର ପ୍ରାର୍ଥନା ରହିଛି ଏବଂ ରିଲିଫ ପ୍ରୟାସରେ ସାହାଯ୍ୟ କରିବା ପାଇଁ କେନ୍ଦ୍ର ସରକାର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରତିଶ୍ରୁତି ଦେଇଛି। କେନ୍ଦ୍ର ସରକାର ପ୍ରତ୍ୟେକ ସହାୟତା ଓ ରିଲିଫ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ସହ ଠିଆ ହୋଇଛନ୍ତି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ କେରଳର ୱାୟନାଡରେ ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବା ପରେ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି।

ପ୍ରଧାନମନ୍ତ୍ରୀ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଆହତ ହୋଇଥିବା ରୋଗୀମାନଙ୍କୁ ଭେଟିବା ସହ ରିଲିଫ ଶିବିରରେ ରହୁଥିବା ଲୋକଙ୍କ ସହିତ ଆଲୋଚନା କରିଥିଲେ। ଏକ ସମୀକ୍ଷା ବୈଠକରେ ଶ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି ଯେ ଏହି ଦୁଃଖ ସମୟରେ କେନ୍ଦ୍ର ସରକାର ଏବଂ ସାରା ଦେଶ ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କ ସହଯୋଗ ପାଇଁ ପ୍ରସ୍ତୁତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବିସ୍ତୃତ ସ୍ମାରକପତ୍ର ପଠାଯିବ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ୱାୟନାଡରେ ଉଦ୍ଧାର କାର୍ଯ୍ୟ ଉପରେ ସେ ନଜର ରଖିଛନ୍ତି ଏବଂ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି । ସେ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପ୍ରଦାନ କରାଯାଇ ସାରିଛି ଏବଂ ଅବଶିଷ୍ଟ ଭାଗ ମଧ୍ୟ ତୁରନ୍ତ ପ୍ରଦାନ କରାଯିବ।

ଶ୍ରୀ ମୋଦୀ କହିଛନ୍ତି ଯେ ସାମ୍ପ୍ରତିକ ପରିସ୍ଥିତିର ମୁକାବିଲା କରିପାରୁଥିବା ସମସ୍ତ କେନ୍ଦ୍ରୀୟ ଏଜେନ୍ସିକୁ ଏକତ୍ରିତ କରାଯାଇଛି ଏବଂ ସେମାନେ ପ୍ରଭାବିତଙ୍କୁ ସାହାଯ୍ୟ କରୁଛନ୍ତି। ଏନଡିଆରଏଫ, ଏସଡିଆରଏଫ, ସେନା, ରାଜ୍ୟ ପୋଲିସ, ସ୍ଥାନୀୟ ଚିକିତ୍ସା ବଳ, ସ୍ୱେଚ୍ଛାସେବୀ ସଂଗଠନ ଏବଂ ଅନ୍ୟାନ୍ୟ ସେବା ଭିତ୍ତିକ ଅନୁଷ୍ଠାନର ଯବାନମାନେ ତୁରନ୍ତ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ବୋଲି ସୂଚନା ଦେଇ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ।

ବିଶେଷ କରି ପରିବାରବର୍ଗଙ୍କୁ ହରାଇଥିବା ପିଲାମାନଙ୍କ ସମେତ ପ୍ରଭାବିତ ଲୋକଙ୍କୁ ସହାୟତା କରିବା ପାଇଁ ନୂତନ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରିବାର ଆବଶ୍ୟକତା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ। କେନ୍ଦ୍ରରୁ ଆବଶ୍ୟକ ସମସ୍ତ ସହଯୋଗରେ ରାଜ୍ୟ ସରକାର ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀ ୱାୟନାଡବାସୀଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ ଘର, ସ୍କୁଲ, ସଡ଼କ ଭିତ୍ତିଭୂମି ଏବଂ ପିଲାଙ୍କ ଭବିଷ୍ୟତ ହେଉ ଏହି ଅଞ୍ଚଳରେ ଜୀବିକା ପୁନରୁଦ୍ଧାର କରିବା ପାଇଁ ଦେଶ ଏବଂ କେନ୍ଦ୍ର ସରକାର ଯଥାସମ୍ଭବ ଉଦ୍ୟମ କରିବେ।

କେନ୍ଦ୍ର ସରକାର ନରେନ୍ଦ୍ର ମୋଦୀ ଭୂସ୍ଖଳନ ୱାୟନାଡ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.