Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କଲା ସୋଆ
ଆଜିର ଖବର

ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କଲା ସୋଆ

August 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ। ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗସ୍‌ର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରି ସୋଆ ଗୋଟିଏ ପାହାଚ ଉପରକୁ ଉଠିଛି। ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ର‌୍ୟାଙ୍କିଙ୍ଗ ଘୋଷଣା କରାଯାଇଛି।

ଗତବର୍ଷ ସୋଆ ଦେଶରେ ୧୫ ତମ ର‌୍ୟାଙ୍କ ହାସଲ କରିଥିଲା। ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ର ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରାଜ୍ୟ ଶିକ୍ଷାମନ୍ତ୍ରୀ ସୁକାନ୍ତ ମଜୁମ୍‌ଦାର ଉପସ୍ଥିତ ଥିଲେ।

ସେହିପରି ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଗତବର୍ଷର ର‌୍ୟାଙ୍କିଙ୍ଗ ଠାରୁ ଦୁଇଟି ସ୍ଥାନ ଉପରକୁ ଯାଇ ସୋଆ ଏଥର ୨୪ ତମ ସ୍ଥାନ ହାସଲ କରିଛି।

୨୦୧୬ ମସିହାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୯ ବର୍ଷ ଧରି ଆୟୋଜିତ ହେଉଥିବା ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ରେ ଦେଶର ଶ୍ରେଷ୍ଠ ୨୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛି ସୋଆ। ସେଥି ମଧ୍ୟରୁ ୭ ଥର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସାମିଲ୍ କରି ପାରିଛି ସୋଆ।

ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୭ ତମ ର‌୍ୟାଙ୍କ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୬ ତମ ସ୍ଥାନରେ ପହଂଚିଛି। ମେଡିକାଲ୍ ସାଇନସେସ୍ କ୍ୟାଟେଗୋରିରେ ଦେଶରେ ସୋଆ ୨୧ ତମ, ଡେଂଟାଲ୍ ଏବଂ ଲ’ କ୍ୟାଟେଗୋରିରେ ନବମ ସ୍ଥାନରେ ରହିଛି। ସେହିପରି ମ୍ୟାନେଜମେଂଟ ସାଇନସେସ୍ କ୍ୟାଟେଗୋରିରେ ୬୨ତମ ଏବଂ ରିସର୍ଚ୍ଚ କ୍ୟାଟେଗୋରିରେ ୫୦ ତମ ସ୍ଥାନ ହାସଲ କରିଛି ସୋଆ।

ସୋଆର ଦୁଇଟି ଶିକ୍ଷାନୁଷ୍ଠାନ ଫାକଲ୍ଟି ଅଫ୍ ଲ (ସୋଆ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଲ) ଏବଂ ଫାକଲ୍ଟି ଅଫ୍ ଡେଂଟାଲ୍ ସାଇନସେସ୍ (ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍‌) ନବମ ସ୍ଥାନ ହାସଲ କରି ଟପ୍ ଟେନ୍ ତାଲିକାରେ ରହିଛନ୍ତି। ସୋଆ ୨୦୨୨ରେ ନ୍ୟାସନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍‌) ଦ୍ୱାରା ସର୍ବାଧିକ ଏ ++ ଗ୍ରେଡ୍ ହାସଲ କରି ପୁନଃ ସ୍ୱୀକୃତି ଲାଭ କରିଥିଲା।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଖୁସି ବ୍ୟକ୍ତ କରିବା ସହ ବିଶ୍ୱବିଦ୍ୟାଳୟର ଫାକଲ୍ଟି, ଗବେଷକ ଏବଂ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସୋଆକୁ ଆହୁରି ଉଚ୍ଚକୁ ନେବା ନିମନ୍ତେ ସେମାନଙ୍କର ଏହି ଉଦ୍ୟମକୁ ଜାରି ରଖିବା ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି।

ସୋଆର କୂଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ବିଶ୍ୱବିଦ୍ୟାଳୟକୁ ଆଗାମି ୫ ବର୍ଷ ମଧ୍ୟରେ ଦେଶର ଶ୍ରେଷ୍ଠ ୧୦ଟି ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନିତ କରିବା ପାଇଁ କଠିନ ପରିଶ୍ରମ ଜାରି ରଖିବା ନିମନ୍ତେ ଆହ୍ୱାନ ଦେଇଛନ୍ତି।

soa ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.