Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତରଫରୁ ସୁଭଦ୍ରା ଯୋଜନା ନିମିତ୍ତ ପରାମର୍ଶ ବୈଠକ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତରଫରୁ ସୁଭଦ୍ରା ଯୋଜନା ନିମିତ୍ତ ପରାମର୍ଶ ବୈଠକ

August 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ରାଜ୍ୟ ସରକାରଙ୍କର ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ “ସୁଭଦ୍ରା” ଯୋଜନା ନିମିତ୍ତ ଏକ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଏବଂ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କ ନୂଆ ଯୋଜନା ସୁଭଦ୍ରା କୁ କିପରି ସଫଳ କରାଯିବ ସେ ସମ୍ପର୍କରେ ଆଲୋଚନା କରିଥିଲେ।

ବୈଠକରେ ଟାଇମସ ଅଫ ଇଣ୍ଡିଆର ମୁଖ୍ୟ ରାଜରାମ ଶତପଥୀ, ଆଇ ଆଇ ଟି ଭୁବନେଶ୍ଵର ର ସହକାରୀ ପ୍ରଫେସର ଦୁଖବନ୍ଧୁ ସାହୁ, ଜିଲ୍ଲାର ବିଭିନ୍ନ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ ତ‌ଥା ସରପଞ୍ଚ, ପ୍ରକଳ୍ପ ସ୍ତରୀୟ ସମସ୍ତ ସରକାରୀ ଅଧିକାରୀ, ବ୍ଲକ ର ସଭାପତି, ଜିଲ୍ଲା ପରିଷଦ ସଭାପତି, ଅଙ୍ଗନବାଡି କର୍ମୀ, ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ତଥା ସମସ୍ତ ସି ଡ଼ି ପି ଓ ଆଜି ଯୋଗ ଦେଇ ସେମାନଙ୍କର ବହୁମୂଲ୍ୟ ମତ ଦେଇଥିଲେ।  ସୁଭଦ୍ରା ଯୋଜନାରେ ହିତାଧିକାରୀ ଚୟନ, ଅର୍ଥ ଡିପୋଜିଟର ମାଧ୍ଯମ ତଥା ସହାୟତା ଅର୍ଥର କିପରି ସୁବିନିଯୋଗ ହେଇପାରିବ ସେଥ‌ିପାଇଁ ସମସ୍ତେ ମତ ପ୍ରକାଶ କରିଥିଲେ।

ସୂଚନା ଯୋଗ୍ୟ କି ଏହି ପରାମର୍ଶ ବୈଠକ କେବଳ ୧୦ ଟି ଜିଲ୍ଲା କୁ ଦିଆଯାଇଛି ଯେଉଁଥିରୁ ଖୋର୍ଦ୍ଧା ଜିଲ୍ଲା ଅନ୍ୟତମ। କାର୍ଯ୍ୟକ୍ରମକୁ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ଶିଶୁ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଅତିରିକ୍ତ ଶିଶୁ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ସୁରଥ ବିଶ୍ଵାଳ ତଥା ଜିଲ୍ଲା ସୁରକ୍ଷା ଅଧିକାରୀ ଗୁରୁବରୀ ସିଂହ କାର୍ଯ୍ୟକ୍ରମକୁ ସମ୍ପାଦନା କରିବାରେ ସହଯୋଗ କରିଥିଲେ।

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.