ନବୀନ ପଟ୍ଟନାୟକଙ୍କୁ ‘ଦମନ’ ଚଳଚିତ୍ରର ଟିମ କଲେ ସାକ୍ଷାତ, ନେଲେ ଆର୍ଶିବାଦ

Published: Aug 18, 2024, 7:25 am IST

ଭୁବନେଶ୍ବର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ।

ଦମନ ଚଳଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ।

Related posts