Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ବିଭିନ୍ନ ସମସ୍ୟା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା
ଆଜିର ଖବର

ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ବିଭିନ୍ନ ସମସ୍ୟା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

August 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବିଦିବସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନା ସକରାତ୍ମକ ଥିଲା ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ଇସ୍ତାହାରରେ କହିଛନ୍ତି।

ପ୍ରକାଶଥାଉକି, ପବିତ୍ର ଶିକ୍ଷକ ଦାବିଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଓଡ଼ିଶାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସଭାସ୍ଥଳକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀ ସୁରେଶ ପୂଜାରୀ ପହଞ୍ଚି ସରକାରଙ୍କ ତରଫରୁ ଶିକ୍ଷକମାନଙ୍କର ସମସ୍ୟାପ୍ରତି ସମ୍ବେଦନଶୀଳ ଭାବରେ ନିଜର ସହମତି ବ୍ୟକ୍ତ କରିବା ସହ ଦାବୀପତ୍ର ଗ୍ରହଣ କରିଥିଲେ। ଏହାପରେ ସମନ୍ୱୟ ସମିତିର ପ୍ରତିନିଧିଗଣ ସଚିବାଳୟ ପରିସରରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ଆହୂତ ବୈଠକରେ ଯୋଗଦେଇ ଦାବୀପତ୍ର ପ୍ରଦାନ ସହିତ ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଶିକ୍ଷା, ଶିକ୍ଷକ, ଶିକ୍ଷାୟତନ, ଶିକ୍ଷାକର୍ମଚାରୀ ଓ ଛାତ୍ରଛାତ୍ରୀମାନଙ୍କର ଅନେକ ସମସ୍ୟାର ସମାଧାନ ପାଇଁ ସରକାରୀସ୍ତରରେ ବିଭାଗୀୟ ଅଧିକାରୀମାନଙ୍କ ସହିତ ପୁନର୍ବାର ବୈଠକ କରି ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ମାନ୍ୟବର ମନ୍ତ୍ରୀ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।

ଏହି ପରିପ୍ରେକ୍ଷୀରେ ସମନ୍ୱୟ ସମିତି ପକ୍ଷରୁ ନୂତନ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ସମନ୍ୱୟ ସମିତିର ପ୍ରମୁଖ ଦାବୀଗୁଡ଼ିକ ମଧ୍ୟରେ ୨୫ ରୁ ୩୦ ବର୍ଷ ବିନା ପାରିଶ୍ରମିକରେ କାର୍ଯ୍ୟରତ ଅନୁଦାନ ଯୋଗ୍ୟ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ କରିବା, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଚାକିରି ସର୍ତ୍ତାବଳୀ ସହିତ ସରକାରୀ ଅନୁଷ୍ଠାନରେ ପରିଣତ କରି ପେନ୍‌ସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନ୍‌ସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍ ଲାଗୁ କରିବା, ୨୦୦୪ ମସିହା ଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀ ମାନଙ୍କୁ ପେନ୍‌ସନ୍‌, ଚାକିରିସର୍ତ୍ତାବଳୀ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଏବଂ ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯାଇଥିବା ମଧ୍ୟାହ୍ନ ଭୋଜନର ମାନ ବୃଦ୍ଧି କରିବା ସହିତ ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟାହ୍ନଭୋଜନ, ସାଇକେଲ୍‌, ପୋଷାକ ଆଦି ଯୋଗାଇ ଦେବା ପ୍ରଭୃତି ଅନ୍ତର୍ଭୁକ୍ତ ଥିଲା।

ଆଲୋଚନାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଆବାହକ ରଞ୍ଜନ କୁମାର ଦାଶ, ଓଷ୍ଟାର ସଭାପତି ଅକ୍ଷୟ କୁମାର ମିଶ୍ର, ନିଖିଳ ଉତ୍କଳ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ହରେକୃଷ୍ଣ ପାଣିଗ୍ରାହୀ, ମଦ୍ରାସା ଶିକ୍ଷକ ସଂଘ ପକ୍ଷରୁ ଏମ୍‌.ଏ. କାସିମ୍ ବେଗ୍‌, ଅବସରପ୍ରାପ୍ତ ଶିକ୍ଷକକର୍ମଚାରୀ ସଂଘ ପକ୍ଷରୁ ରଞ୍ଜନ କୁମାର ପଣ୍ଡା, ୬୬୨ ବର୍ଗ କଲେଜ କର୍ମଚାରୀ ସଂଘ ତରଫରୁ ପ୍ରମୋଦ କୁମାର ହୋତାଙ୍କ ସମେତ ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରେସ୍ ଇସ୍ତାହାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶିକ୍ଷକ ଦାବିଦିବସ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.