ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି। ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।
ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗ ଉପରେ ଆଲୋଚନା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ। ବୈଠକ ପରେ ଏକ ମିଳିତ ବିବୃତି ପ୍ରକାଶ ପାଇଛି।
ଦୁଇ ନେତା ଙ୍କ ମଧ୍ୟରେ ୪ଟି ଚୁକ୍ତି ସ୍ୱାକ୍ଷରିତ ହୋଇଛି । ସେଗୁଡ଼ିକ ହେଲା (୧) କୃଷି ଓ ଖାଦ୍ୟ ଉଦ୍ୟୋଗ କ୍ଷେତ୍ରରେ ସହଯୋଗ ରାଜିନାମା; (୨) ମେଡିକାଲ ଉତ୍ପାଦ ନିୟନ୍ତ୍ରଣ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର; (୩) ଉଚ୍ଚ ପ୍ରଭାବଶାଳୀ ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ପାଇଁ ଭାରତୀୟ ମାନବିକ ଅନୁଦାନ ସହାୟତା ଉପରେ ବୁଝାମଣାପତ୍ର; ଏବଂ (୪) ୨୦୨୪-୨୦୨୮ ପାଇଁ ସାଂସ୍କୃତିକ ସହଯୋଗ କାର୍ଯ୍ୟକ୍ରମ ।