Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍
ଆଜିର ଖବର

ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍

August 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍

ପୁରୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ପୁରୀ ଗସ୍ତ କାଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର‌୍ୟ୍ୟକ୍ରମର ୧୧୩ତମ ଅଧ୍ୟାୟ ଶୁଣିଛନ୍ତି । ଆଜିର କାର‌୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପୃଷ୍ଟିସାଧନ ଉପରେ ଚର୍ଚ୍ଚା କରିଥିବାରୁ ତାଙ୍କୁ କୃତଜ୍ଞତା ଜଣାଇବା ସହ ଭାରତକୁ ଅପପୁଷ୍ଟି କବଳରୁ ମୁକ୍ତ କରିବା ପାଇଁ ମୋଦୀ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଆଜି ଦେଶକୁ ଗୋଟିଏ ସୂତ୍ରରେ ବାନ୍ଧିବାରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନର ଭୂମିକା, ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଯୁବପିଢିଙ୍କ ସଫଳତାର କାହାଣୀ ଉପରେ ବାର୍ତ୍ତା ଓଡ଼ିଶା ସମେତ ଦେଶବାସୀଙ୍କୁ ପ୍ରେରିତ କରିଛି । ମନ୍ କୀ ବାତରେ ବିଶ୍ୱ ସଂସ୍କୃତ ଦିବସର ଉଲ୍ଲେଖ କରି ଦେବ ଭାଷା ସଂସ୍କୃତର ଉତ୍ଥାନ ମୋଦୀ ୩.୦ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ।

ସେହିପରି ପିଲାମାନଙ୍କ ପୁଷ୍ଟିସାଧନ ଉପରେ ଭାରତ ସରକାର ଦେଉଥିବା ପ୍ରାଥମିକତା ଉପରେ ପ୍ରଧାନମନ୍ତ୍ରୀ ମୋଦୀ ମନ୍ କି ବାତରେ ଆଲୋକପାତ କରିଥିବାରୁ ଧନ୍ୟବାଦ। କୁପୋଷଣକୁ ହ୍ରାସ କରିବା ପାଇଁ ପୋଷଣ ଅଭିଯାନ ଭାରତ ସରକାରଙ୍କ ମହତ୍ୱକାଂକ୍ଷୀ ପଦକ୍ଷେପ। ଗତବର୍ଷ ପୋଷଣ ଅଭିଯାନକୁ ନୂଆ ଶିକ୍ଷା ନୀତି ସହ ଯୋଡାଯାଇଛି। ‘ପୋଷଣ ଭି, ପଢାଇ ଭି’ ଅଭିଯାନ ଦ୍ୱାରା ପିଲାମାନଙ୍କ ସନ୍ତୁଳିତ ବିକାଶ ଉପରେ ପ୍ରାଥମିକତା ଦିଆଯାଉଛି।

ସମସ୍ତେ ନିଜ ଅଞ୍ଚଳରେ ପୋଷଣକୁ ନେଇ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ହେଉଥିବା ଅଭିଯାନରେ ନିଜକୁ ସାମିଲ କରିବା ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଉଲ୍ଲେଖନୀୟ ଯେ,  କେନ୍ଦ୍ରମନ୍ତ୍ରୀ ଗସ୍ତକାଳରେ ପବିତ୍ର ଜନ୍ମାଷ୍ଟମୀର ଅବ୍ୟବହିତ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ବିଶ୍ୱବାସୀଙ୍କ ମଙ୍ଗଳ କାମନା କରିଥିଲେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ କୀ ବାତ୍‌ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.