Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍
ଆଜିର ଖବର

ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍

August 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍

ପୁରୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ପୁରୀ ଗସ୍ତ କାଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର‌୍ୟ୍ୟକ୍ରମର ୧୧୩ତମ ଅଧ୍ୟାୟ ଶୁଣିଛନ୍ତି । ଆଜିର କାର‌୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପୃଷ୍ଟିସାଧନ ଉପରେ ଚର୍ଚ୍ଚା କରିଥିବାରୁ ତାଙ୍କୁ କୃତଜ୍ଞତା ଜଣାଇବା ସହ ଭାରତକୁ ଅପପୁଷ୍ଟି କବଳରୁ ମୁକ୍ତ କରିବା ପାଇଁ ମୋଦୀ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଆଜି ଦେଶକୁ ଗୋଟିଏ ସୂତ୍ରରେ ବାନ୍ଧିବାରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନର ଭୂମିକା, ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଯୁବପିଢିଙ୍କ ସଫଳତାର କାହାଣୀ ଉପରେ ବାର୍ତ୍ତା ଓଡ଼ିଶା ସମେତ ଦେଶବାସୀଙ୍କୁ ପ୍ରେରିତ କରିଛି । ମନ୍ କୀ ବାତରେ ବିଶ୍ୱ ସଂସ୍କୃତ ଦିବସର ଉଲ୍ଲେଖ କରି ଦେବ ଭାଷା ସଂସ୍କୃତର ଉତ୍ଥାନ ମୋଦୀ ୩.୦ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ।

ସେହିପରି ପିଲାମାନଙ୍କ ପୁଷ୍ଟିସାଧନ ଉପରେ ଭାରତ ସରକାର ଦେଉଥିବା ପ୍ରାଥମିକତା ଉପରେ ପ୍ରଧାନମନ୍ତ୍ରୀ ମୋଦୀ ମନ୍ କି ବାତରେ ଆଲୋକପାତ କରିଥିବାରୁ ଧନ୍ୟବାଦ। କୁପୋଷଣକୁ ହ୍ରାସ କରିବା ପାଇଁ ପୋଷଣ ଅଭିଯାନ ଭାରତ ସରକାରଙ୍କ ମହତ୍ୱକାଂକ୍ଷୀ ପଦକ୍ଷେପ। ଗତବର୍ଷ ପୋଷଣ ଅଭିଯାନକୁ ନୂଆ ଶିକ୍ଷା ନୀତି ସହ ଯୋଡାଯାଇଛି। ‘ପୋଷଣ ଭି, ପଢାଇ ଭି’ ଅଭିଯାନ ଦ୍ୱାରା ପିଲାମାନଙ୍କ ସନ୍ତୁଳିତ ବିକାଶ ଉପରେ ପ୍ରାଥମିକତା ଦିଆଯାଉଛି।

ସମସ୍ତେ ନିଜ ଅଞ୍ଚଳରେ ପୋଷଣକୁ ନେଇ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ହେଉଥିବା ଅଭିଯାନରେ ନିଜକୁ ସାମିଲ କରିବା ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଉଲ୍ଲେଖନୀୟ ଯେ,  କେନ୍ଦ୍ରମନ୍ତ୍ରୀ ଗସ୍ତକାଳରେ ପବିତ୍ର ଜନ୍ମାଷ୍ଟମୀର ଅବ୍ୟବହିତ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ବିଶ୍ୱବାସୀଙ୍କ ମଙ୍ଗଳ କାମନା କରିଥିଲେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ କୀ ବାତ୍‌ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.