Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେରିକାର ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଏହି ମାମଲା ଉପରେ ହେଲା ଆଲୋଚନା
ଆଜିର ଖବର

ଆମେରିକାର ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଏହି ମାମଲା ଉପରେ ହେଲା ଆଲୋଚନା

August 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ରାଷ୍ଟ୍ରପତି ଜୋ ବିଡେନଙ୍କ ସହ କଥା ହୋଇଛନ୍ତି। ଦୁଇ ଜଣଙ୍କ ମଧ୍ୟରେ ବାର୍ତ୍ତାଳାପ ଫୋନ୍ କଲ୍ ମାଧ୍ୟମରେ ହୋଇଥିଲା ଏବଂ ଏହି ସମୟରେ ସେମାନେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାରତୀୟ ପ୍ରଧାନମନ୍ତ୍ରୀ ଏହି ବିଷୟରେ ସୂଚନା ଦେଇଛନ୍ତି। ସେ ଏହି ପୋଷ୍ଟରେ କହିଛନ୍ତି, “ଆଜି ମୁଁ ଜୋ ବିଡେନଙ୍କ ସହ ଫୋନରେ କଥା ହେଲି। ୟୁକ୍ରେନର ପରିସ୍ଥିତି ସମେତ ବିଭିନ୍ନ ଆଞ୍ଚଳିକ ତଥା ବିଶ୍ଵସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲୁ। ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପ୍ରତ୍ୟାବର୍ତ୍ତନ ପାଇଁ ମୁଁ ଭାରତର ସମ୍ପୂର୍ଣ୍ଣ ସମର୍ଥନକୁ ଦୋହରାଇଛି।”

ବାର୍ତ୍ତାଳାପ ସମୟରେ ପିଏମ ମୋଦୀ ଜୋ ବିଡେନଙ୍କୁ ତାଙ୍କର ୟୁକ୍ରେନ ଗସ୍ତ ବିଷୟରେ ମଧ୍ୟ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁଯାୟୀ ସେ ଜୋ ବିଡେନଙ୍କ ସହ ବାଂଲାଦେଶର ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିଛନ୍ତି ଏବଂ ଯଥାଶୀଘ୍ର ସେଠାରେ ସ୍ୱାଭାବିକତା ଫେରାଇ ଆଣିବା ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର (ବିଶେଷକରି ହିନ୍ଦୁ) ର ସୁରକ୍ଷା ନିଶ୍ଚିତ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।

ନରେନ୍ଦ୍ର ମୋଦୀ ଏବଂ ଜୋ ବିଡେନଙ୍କ ମଧ୍ୟରେ ବାର୍ତ୍ତାଳାପ ସମୟରେ ଭାରତୀୟ ପ୍ରଧାନମନ୍ତ୍ରୀ ଭାରତ-ଆମେରିକା ସହଭାଗିତା ପ୍ରତି ଆମେରିକାର ରାଷ୍ଟ୍ରପତିଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି। ଏହି ସମୟରେ ଉଭୟ ନେତା ଗୁରୁତ୍ୱାରୋପ କରିଥିଲେ ଯେ, ଭାରତ-ଆମେରିକା ସହଭାଗୀତାର ଉଦ୍ଦେଶ୍ୟ ହେଉଛି ଉଭୟ ଦେଶର ଲୋକଙ୍କ ସହ ସମଗ୍ର ମାନବିକତାକୁ ଉପକୃତ କରିବା। ଉଭୟ ସହମତ ହୋଇଥିଲେ ଯେ କ୍ୱାଡ୍ ସମେତ ବହୁପକ୍ଷୀୟ ସହଯୋଗକୁ ଆହୁରି ମଜବୁତ କରିବାକୁ ସେମାନେ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଏହା ବ୍ୟତୀତ ସେମାନେ ନିରନ୍ତର ସମ୍ପର୍କରେ ରହିବାକୁ ମଧ୍ୟ ରାଜି ହୋଇଛନ୍ତି।

america india Joe Biden narendra modi russia Ukraine usa
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.