Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତ୍ମନିର୍ଭରଶୀଳ ହେବା ପାଇଁ ଦକ୍ଷତା ବିକାଶ ଆବଶ୍ୟକ: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଆଜିର ଖବର

ଆତ୍ମନିର୍ଭରଶୀଳ ହେବା ପାଇଁ ଦକ୍ଷତା ବିକାଶ ଆବଶ୍ୟକ: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

August 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତ ସରକାରଙ୍କ ଷ୍ଟାର୍ସ କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ପାଞ୍ଚ ଦିବସୀୟ ତାଲିମ କର୍ମଶାଳା ଆୟୋଜିତ ହୋଇଯାଇଛି। ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଇଲେକ୍‌ଟ୍ରୋନିକ୍ସ ଓ ହାର୍ଡୟୋର କର୍ମବିଦ୍ୟା ପଢ଼ୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନେଇ ଏହି କର୍ମଶାଳା ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆୟୋଜିତ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି, ଆଜିର ଯୁବପିଢ଼ିଙ୍କୁ ଆତ୍ମନିର୍ଭରଶୀଳ ହେବାର ଆବଶ୍ୟକତା ରହିଛି। ଏଦି ଦିଗରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ପାଇଁ ଏହି କର୍ମବିଦ୍ୟା ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ତାଲିମ ପୂର୍ଣ୍ଣ ରୂପରେ ସହଯୋଗ କରିବ ବୋଲି ସେ କହିଛନ୍ତି। ଏଥିସହିତ ମନ୍ତ୍ରୀ ଶ୍ରୀ ଗଣ୍ଡ ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭରଶୀଳ ଯୋଜନା ସମ୍ବନ୍ଧରେ ମଧ୍ୟ ଆଲୋକପାତ କରିଥିଲେ।

ଅନ୍ୟପକ୍ଷେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଉପଲବ୍ଧ ୯ ଗୋଟି କର୍ମବିଦ୍ୟା ଯଥା- ଭର୍ଟିକାଲ୍‌ ଟ୍ରାନ୍ସପୋର୍ଟେସନ୍‌, ମେକାନିକାଲ୍‌ ଆଣ୍ଡ ଇଲେକ୍‌ଟି୍ର୍ରିକାଲ୍‌ ସର୍ଭିସ୍‌, ମେଟାଟ୍ରୋନିକ୍ସ, ପ୍ରିସିସନ୍‌ ଇଞ୍ଜିନିୟରିଂ, ସ୍ପେସକ୍ରାଫଫ ଇତ୍ୟାଦିରେ ଥିବା ସୁଯୋଗକୁ ବିନିଯୋଗ କରିବା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରର କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିତା ପଣ୍ଡା ସୂଚନା ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର ସ୍ୱାଗତ ଅଭିଭାଷଣ ରଖିଥିବାବେଳେ ଉପାଧ୍ୟକ୍ଷ ଡ. ଜିତାମିତ୍ରା ସତପଥି ଧନ୍ୟବାଦ ଅର୍ପଣ କରିଥିଲେ। ସ୍ୱତନ୍ତ୍ର ଅଧିକାରୀ ପ୍ରଫେସର ତିଳୋତ୍ତମା ସେନାପତି, ଉପନିର୍ଦ୍ଦେଶିକା ସୁଶ୍ରୀ ସସ୍ମିତା ସାହୁ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.