Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍‌.ବି.ବି.ଏସ୍‌ ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଏମ୍‌.ବି.ବି.ଏସ୍‌ ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

August 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଲୋକସେବା ଭବନଠାରେ ବ୍ରହ୍ମପୁର ଏମ୍‌.କେ.ସି.ଜି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ପାଇଁ ନିଟ୍‌-୨୦୨୪ ଦ୍ବାରା ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ ଅନ୍ତର୍ଗତ ବଡବେଲ ଗ୍ରାମର ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବର୍ଦ୍ଧିତ କରିଛନ୍ତି। ଫୁଲତୋଡା ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିବା ସହିତ ଏକ ଲାପଟପ୍‌ ମଧ୍ୟ ମୁଖ୍ୟମନ୍ତ୍ରୀ ତାଙ୍କୁ ଉପହାର ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିବା ସହିତ ଆଶୀର୍ବାଦ କରି କହିଥିଲେ ଯେ, ବଣ୍ଡା ସମାଜର ପ୍ରଥମ ଡାକ୍ତର ଭାବେ ଭଲ ପାଠ ପଢି, ଭଲ ଡାକ୍ତର ହୋଇ ତୁମ ଅଞ୍ଚଳବାସୀଙ୍କର ସେବା କର।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଦୃଢ ଇଚ୍ଛା ଶକ୍ତି ଆଗରେ ଆର୍ଥିକ ଅନଟନ ଓ ଅଭାବ ଅସୁବିଧା ସବୁକିଛି ହାର୍‌ ମାନିଥାଏ। ତାହାର ଜ୍ବଳନ୍ତ ଉଦାହରଣ ହେଉଛନ୍ତି ମଙ୍ଗଳା ମୁଦୁଲି। ମଙ୍ଗଳାଙ୍କ ମେଡିକାଲ ପାଠ୍ୟକ୍ରମ ଜାରି ରଖିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ମଙ୍ଗଳାଙ୍କ ପରି ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଗରିବ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ସେମାନଙ୍କ ପାଠପଢା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସହଯୋଗ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।

ସୂଚନାଯୋଗ୍ୟ ଯେ ମଙ୍ଗଳାଙ୍କର ପିତାମାତା ଦିନ ମଜୁରିଆ ଭାବେ କାମ କରିବା ସହିତ ଚାଷବାସ କରି ଚଳନ୍ତି। ମଙ୍ଗଳା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନସ୍ଥ ମୁଦୁଲିପଡା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରିଥିବା ସହିତ ବୋଲଦିଆଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଯୁକ୍ତ ଦୁଇ ବିଜ୍ଞାନରେ କୃତିତ୍ବର ସହ ପାସ୍‌ କରିଛନ୍ତି। ସ୍କୁଲ ପଢିବା ସମୟରୁ ନିଜ ଅଞ୍ଚଳର ସ୍ବାସ୍ଥ୍ୟସେବା ଓ ସ୍ବାସ୍ଥ୍ୟଜନିତ ଅନ୍ୟାନ୍ୟ ସମସ୍ୟାକୁ ଅନୁଧ୍ୟାନ କରି ଭବିଷ୍ୟତରେ ଜଣେ ଡାକ୍ତର ହେବାପାଇଁ ପ୍ରେରଣା ପାଇଥିଲେ। ମଙ୍ଗଳା ମୁଦୁଲି ବଣ୍ଡା ଜନଜାତି ବର୍ଗର ପ୍ରଥମ ଛାତ୍ର ଭାବରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅନୁସୁଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ଅନୁସୁଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.