Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା: ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଆଜିର ଖବର

ଚିଲିକାରେ ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା: ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ ଊମାମହେଶ୍ୱର ବଣିକ ସଂଘ ସଭାଗୃହରେ ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ରାଜ୍ୟ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ, ଜିଲ୍ଲା ବିଜେପି ସଭାପତି ରଶ୍ମି ରଞ୍ଜନ ମହାପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ଜିଲ୍ଲା ସଦସ୍ୟତା ଅଭିଯାନ ପ୍ରଭାରୀ ଆଇନଜୀବୀ ଲୋତକବିନ୍ଦୁ ପଟ୍ଟନାୟକ, ବରିଷ୍ଠ ବିଜେପି ନେତା ମାଧବ ଚନ୍ଦ୍ର ଦଳେଇ, ହେମନ୍ତ ବେହେରା, ବିଜୟ ବିଶ୍ୱାଳ, ସୁମନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ବିକଶିତ ଓଡିଶା ଗଠନ ନିମନ୍ତେ ଶାସକ ବିଜେପି ଦଳ ପକ୍ଷରୁ ବୁଥ ସ୍ତରରୁ ସଂଗଠନକୁ ସୁଦୃଢ କରିବାକୁ ଆହ୍ୱାନ ଦିଆଯାଇଥିଲା। ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଆସୁଥିବାରୁ କୋଣ ଅନୁକୋଣରେ ବିଜେପି ସଦସ୍ୟତା ବୃଦ୍ଧି କରିବାସହ ସାଧାରଣ ଜନତାଙ୍କ ନିକଟତର ହେବାକୁ ପରାମର୍ଶ ଦେଇଥିଲେ ନେତାମାନେ।

ଉକ୍ତ କର୍ମଶାଳାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୮ ଗୋଟି ମଣ୍ଡଳ ଓ ୨୪୬ ଗୋଟି ବୁଥର ବୁଥ ସଭାପତି,ସମ୍ପାଦକଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତା ଯୋଗ ଦେଇଥିଲେ।

ଏହି କର୍ମଶାଳାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୮ ଗୋଟି ମଣ୍ଡଳରେ ମଣ୍ଡଳ ସଭାପତି ଓ ଜଣେ ମହିଳାଙ୍କୁ ସଦସ୍ୟତା ଅଭିଯାନ ପ୍ରକ୍ରିୟା ଆରମ୍ଭ କରିବାକୁ ପରାମର୍ଶ ଦେଇଥିଲେ ଉପସ୍ଥିତ ଅତିଥିମାନେ। ସେପ୍ଟେମ୍ବର ୩ ତାରିଖରୁ ଅନ ଲାଇନ ମାଧ୍ୟମରେ ସାରା ଦେଶରେ ବିଜେପି ପକ୍ଷରୁ ସଦସ୍ୟତା ଅଭିଯାନ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ବିଜେପିର ଏନ୍ତୁଡ଼ିଶାଳ ଚିଲିକା ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରାଯାଇଥିବା ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି।

BJP chilika prithviraj harichandan
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026
Latest News

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.